ଆସିଲା ବାତ୍ୟା କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ବର: ବାତ୍ୟା ‘ଦାନା’ର କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ ଦେଲେ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବାତ୍ୟା ପ୍ରଭାବରେ ୬୧୬ କୋଟି ୧୯ ଲକ୍ଷ ୩୦ ହାଜର ଟଙ୍କା କ୍ଷତି ହୋଇଛି । ୧୪ ଜିଲ୍ଲାର ୧୬୬ ବ୍ଲକ ଭିତରୁ ୧୩୧ ପ୍ରଭାବିତ ହୋଇଥିଲା । ୧୧୬୩୭ ଗାଁ ପ୍ରଭାବିତ ହୋଇଥିଲେ। ୪୧ ଲକ୍ଷ ୪ ହାଜର ଲୋକ ପ୍ରଭାବିତ ହୋଇଥିଲେ । ୩,୬୨,୯୩୫.୩୭ ହେକ୍ଟର ଜମି ପ୍ରଭାବିତ ହୋଇଥିଲା। ଫସଲ ପ୍ରଭାବିତ ଅଞ୍ଚଳ ୧,୭୨,୩୫୬.୮୧ ହେକ୍ଟର ଜମି । ୮,୨୯୨.୮୨ ଲକ୍ଷ ଫସଲ ହେକ୍ଟର ଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି ।

୩୩ ପ୍ରତିଶତରୁ ଅଧିକ କ୍ଷତି ହୋଇଥିଲେ କ୍ଷତି ପୂରଣ ଇନପୁଟ ସବସିଡି ଭିତରକୁ ଆସିବ । ୮୭୮୫୫.୪୭ ହେକ୍ଟର ଜମିରେ ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଛି । ୮୨ କୋଟି ୯୨ ଲକ୍ଷ ୮୨ ହାଜର ଟଙ୍କାର ଫସଲ ନଷ୍ଟ। ୧୬୪୧୭ ଘର ଆଂଶିକ ବା ସଂପୂର୍ଣ୍ଣ ପ୍ରଭାବିତ ହୋଇଥିଲା। ୨୧ କୋଟି ୩୨ ଲକ୍ଷ ଟଙ୍କାର ଘର କ୍ଷତି ହୋଇଛି । କୃଷି, ଶକ୍ତି, ପଞ୍ଚାୟତିରାଜ, ସ୍କୁଲ ଏବଂ ଗଣ ଶିକ୍ଷା ବିଭାଗ , ଗ୍ରାମ୍ୟ ଉନ୍ନୟନ ବିଭାଗ, ପାନୀୟ ଜଳ ବିଭାଗର କ୍ଷତି ହୋଇଛି। ଏହି ସବୁ ବିଭାଗରେ ୫୧୨ କୋଟି ୨୬ ଲକ୍ଷ ୧୬ ହାଜର ଟଙ୍କା କ୍ଷତି ହୋଇଛି । ବାତ୍ୟା ସମୟରେ ରିଲିଫ, ଖାଇବା, ମେଡିକାଲ ସେବା ଓ ଅନ୍ୟ ଆନୁଷଙ୍ଗିକ କାର୍ୟ୍ୟ ପାଇଁ ୨୩ କୋଟି ୭୩ ଲକ୍ଷ ୭୬ ହାଜର ଟଙ୍କା ଖର୍ଚ୍ଚ ହୋଇଛି। ମୋଟ ୬୧୬ କୋଟି ୧୯ ଲକ୍ଷ ୩୦ ହାଜର ଟଙ୍କା କ୍ଷତି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ଭିତରେ ଜିଲ୍ଲା ଗୁଡ଼ିକୁ ଯିବ କ୍ଷତି ପୂରଣ ରାଶି। ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ରାଶି ତୁରନ୍ତ ଦେବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭାଗ ମାନଙ୍କୁ ମଧ୍ୟ କ୍ଷତି ପୂରଣ ରାଶି ଦିଆଯିବ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ