ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଯୋଡ଼ା ଲଘୁଚାପ ସୃଷ୍ଟି ହୋଇଛି । ପୂର୍ବ ଭାଗରେ ଉତ୍ତର ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ବାଂଲାଦେଶ, ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ସନ୍ଧ୍ୟାରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ ରହିଛି। ଦୁଇ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସୋମବାର ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆକଳନ କହୁଛି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗୀର, କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୧୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ ଭାରି ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି। ୧୭, ୧୮ ଓ ୧୯ ତାରିଖରେ ମଧ୍ୟ କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

  • Garvita Odia

    Related Posts

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ଭୁବନେଶ୍ବର: ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ…

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ