ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା ସମସ୍ୟାରେ ପଡୁଛନ୍ତି। ଆଗକୁ ଆସୁଛି ଦଶହରା, ତେଣୁ ସେପ୍ଟେମ୍ବର ୨୦ ସୁଦ୍ଧା ଭୁବନେଶ୍ବର – କଟକ ସହର ରାସ୍ତା ମରାମତି କରାଯିବ ବୋଲି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଗଣମାଧ୍ୟମକୁ କହିଥିଲେ, ପାର୍ବଣ ଋତୁରେ ଲୋକଙ୍କ ସୁବିଧା ନିମନ୍ତେ ଭୁବନେଶ୍ବର ଓ କଟକ ସହିତ ରାଜ୍ୟର ସହରାଞ୍ଚଳ ରାସ୍ତା ମରାମତି କରାଯିବ। ଏଥିପାଇଁ ଆସନ୍ତା ୬ରେ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏଥିରେ ଭୁବନେଶ୍ବର ମହାନଗର ନିଗମ ଏବଂ କଟକ ମହାନଗର ନିଗମ ମେୟରଙ୍କ ସହ ବିଧାୟକ ଏବଂ ବିଭାଗର ଯନ୍ତ୍ରୀମାନେ ଉପସ୍ଥିତ ରହିବେ।

  • Related Posts

    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading
    ସମ୍ବଲପୁର ମହାନଗର ନିଗମ ନିର୍ବାଚନ ୬ ସପ୍ତାହରେ ସାନି ବିଜ୍ଞପ୍ତି ପାଇଁ ହାଇକୋର୍ଟ ନିର୍ଦ୍ଦେଶ

    କଟକ/ସମ୍ବଲପୁର,04/09:ସମ୍ବଲପୁର ମହାନଗର ନିଗମ (ଏସ୍‌ଏମସି) ନିର୍ବାଚନ ପାଇଁ ବାଟ ଫିଟିଛି। ୬ ସପ୍ତାହ ଭିତରେ ସାନି ନିର୍ବାଚନ ବିଜ୍ଞପ୍ତି ପ୍ରକାଶ କରିବାକୁ ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସଂରକ୍ଷଣ ନିୟମ ଆଧାରରେ ସରକାର ସାନି ବିଜ୍ଞପ୍ତି ପ୍ରକାଶ କରିବେ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର