ଆସୁଛି ବାତ୍ୟା ଅର୍ଣ୍ଣବ : ଏହିସବୁ ଜିଲ୍ଲାକୁ ଜାରିହେଲା ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ୨୪ ଅକ୍ଟୋବରରେ ଅବପାତ ଏବଂ ୨୫ ଅକ୍ଟୋବରରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ଅଛି । ୨୬ ଅକ୍ଟୋବର ସକାଳ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଧିକ ରହିଛି । ଏହାପରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତା ୨ ଦିନ ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଦକ୍ଷିଣ ଓଡ଼ିଶା ମୁହାଁ ହେବ ।

୨୬ରୁ ପ୍ରବଳ ବର୍ଷା ଆରମ୍ଭ ହେବାର ଥିବାବେଳେ ୨୭, ୨୮ ଓ ୨୯ରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଆସନ୍ତା ୨୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି । ସେହିପରି ୨୭ ତାରିଖ ପାଇଁ ପୁରୀ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବାରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଯେତେବେଳେକି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଆଦି ଜିଲ୍ଲାରେ ମଧ୍ୟ ବ୍ୟାପକ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି ।

ସେହିପରି ୨୮ରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବାରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଯେତେବେଳେକି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି ।

  • Related Posts

    ବାତ୍ୟା ଭୟ, ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର

    ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକାଳେ ପୂର୍ବ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତାକାଲି ଅବପାତ ଏବଂ ୨୫ ଅକ୍ଟୋବରରେ ଗଭୀର ଅବପାତର ରୂପ ନେବ । ୨୬ ଅକ୍ଟୋବର…

    Continue reading
    ଜଙ୍ଗଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

    ଉମରକୋଟ: ନବରଙ୍ଗପୁରଜିଲ୍ଲା ଉମରକୋଟ ବ୍ଲକ ଚିକଲପଦର ନିକଟରେ ଥିବା କେନାଲ ପାର୍ଶ୍ୱ ସଂରକ୍ଷିତ ଜଙ୍ଗଲରୁ ଜଣେଅଜଣାମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି।ତାଙ୍କର ବୟସ ୪୦ରୁ ୪୫ ଵୋଲି ଅନୁମାନ କରାଯାଉଛି। ସକାଳୁ କିଛି ଗ୍ରାମବାସୀ ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କ ମୃତଦେହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି