ଆହ୍ୱାନକୁ ସାମ୍ନା କରିବା ଓ ଆତ୍ମହତ୍ୟା ରୋକିବା ଅନ୍ୟଙ୍କୁ ସଚେତନ କରିବା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କମିସନରେଟ୍‌ ପୁଲିସ ଓ ନମନ ‘ଫାଉଣ୍ଡେସନ୍ ପକ୍ଷରୁ ଭୁବନେଶ୍ୱରର ସ୍ଥିତ ରେଳ ଅଡିଟୋରିୟମ୍‌ରେ ଆୟୋଜିତ ସାମାଜିକ-ସାଂସ୍କୃତିକ କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ’କୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଦିନକୁ ଦିନ ବିଭିନ୍ନ ଗୋଷ୍ଠୀଙ୍କ ମଧ୍ୟରୁ ବୃଦ୍ଧି ପାଉଥିବା ଆତ୍ମହତ୍ୟା ପ୍ରବଣତା ପାଇଁ ଚିନ୍ତାପ୍ରକାଶ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ୟାର ସମାଧାନ ଆତ୍ମହତ୍ୟା ନୁହେଁ, ଜୀବନରେ ଶୃଙ୍ଖଳିତ ହେବା ଜରୁରୀ ବୋଲି ବାର୍ତ୍ତା ଦେଇଛନ୍ତି । କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୀବନରେ ଯେକୌଣସି ମୁହୁର୍ତ୍ତରେ ବି କଷ୍ଟ ଆସିବ ହେଲେ ଏହାକୁ ସମ୍ମୁଖିନ ହୋଇ ଆଗକୁ ବଢ଼ିବା ହିଁ ଜୀବନ । ଜୀବନର ଏହି ଆହ୍ୱାନକୁ ସାମ୍ନା କରିବା ଓ ଆତ୍ମହତ୍ୟା ରୋକିବା ପାଇଁ ଆମେ ସଚେତନ ହେବା ସହ ଅନ୍ୟଙ୍କୁ ସଚେତନ କରିବା ଜରୁରୀ । ଏହି ଅବସରରେ ଅଭିନେତା ସବ୍ୟସାଚୀ ମିଶ୍ର, ଶୈଳେନ୍ଦ୍ର ସାମନ୍ତରାୟ, ଅଭିନେତ୍ରୀ ଦିବ୍ୟା ମହାନ୍ତି, ସଂଗୀତ ନିର୍ଦ୍ଦେଶକ ପ୍ରେମାନନ୍ଦଙ୍କ ଓ ମନସ୍ତତ୍ତ୍ୱବିତ୍‌ ଡକ୍ଟର ଅମୃତ ପାଟଯୋଶୀଙ୍କ ସହ ଲାଇଭ୍‌ ଆଲୋଚନା ହୋଇଥିଲା । ‘ଓଡ଼ିଆ କଳାକର୍ଣ୍ଣକା ସ୍ୱର’ ଦ୍ୱାରା ଆତ୍ମହତ୍ୟା ପରେ ଶାନ୍ତି ଆଶା କରୁଥିବା ଏକ ଆତ୍ମା କିପରି ଅନୁତାପ ଓ ଯନ୍ତ୍ରଣାରେ ଜର୍ଜରିତ ନାଟକ ମାଧ୍ୟମରେ ପରିବେଷଣ କରାଯାଇଥିଲା ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ