ଆୟୁଷ୍ମାନ କାର୍ଡରେ ହିତାଧିକାରୀଙ୍କ ପଞ୍ଜିକରଣ ୧୦ଲକ୍ଷରୁ ଉର୍ଦ୍ଧ୍ବ

ନୂଆଦିଲ୍ଲୀ: ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ଆରମ୍ଭ ହୋଇଥିବା ଆୟୁଷ୍ମାନ ବୟବନ୍ଦନା କାର୍ଡରେ ପଞ୍ଜୀକରଣ ୧୦ ଲକ୍ଷରୁ ଅଧିକ ହୋଇଛି । ଏହି କାର୍ଡ ମାଧ୍ୟମରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ନାଗରିକ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ସୁଫଳ ପାଇପାରିବେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ପଞ୍ଜୀକରଣ ଆରମ୍ଭ ହେବାର ୩ ସପ୍ତାହ ମଧ୍ୟରେ ଏହି ସଫଳତା ମିଳିଛି ।

ଗତ ଅକ୍ଟୋବର ୨୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିଥିଲେ । ଏଥିରେ ୪ ଲକ୍ଷ ମହିଳା ପଞ୍ଜିକୃତ ହୋଇଥିବା ଜଣାପଡ଼ିଛି । ଶୁଭାରମ୍ଭ ପରଠାରୁ ୭୦ ବର୍ଷରୁ ଊଦ୍ଧ୍ୱର୍ ୧ ହଜାର ୪୦୦ରୁ ଅଧିକ ମହିଳା ଏବଂ ୪ ହଜାର ୮୦୦ରୁ ଅଧିକ ପୁରୁଷ ଏହି ଯୋଜନା ମାଧ୍ୟମରେ ସୁଫଳ ପାଇଛନ୍ତି । ଏ ବାବଦରେ ୯ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି ବୋଲି ମନ୍ତ୍ରାଳୟ କହିଛି ।

ସେପ୍ଟେମ୍ବର ମାସରେ କ୍ୟାବିନେଟ ‘ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା’ର ପରିସରକୁ ବୃଦ୍ଧିକରି ୭୦ ବର୍ଷରୁ ଊଦ୍ଧ୍ୱର୍ ବୟସ୍କ ନାଗରିକଙ୍କ ପାଇଁ ସ୍ୱାସ୍ଥ୍ୟବୀମାକୁ ଅନ୍ତର୍ଭୁକ୍ତ ନିମନ୍ତେ ମଞ୍ଜୁରୀ ପ୍ରଦାନ କରିଥିଲା । ଏହାଦ୍ୱାରା ଦେଶର ସାଢ଼େ ୪ କୋଟି ପରିବାରର ପ୍ରାୟ ୬ କୋଟି ବରିଷ୍ଠ ନାଗରିକ ମାଗଣା ଚିକିତ୍ସା ସୁବିଧା ପାଇପାରିବେ । ଏହି ଯୋଜନାରେ ଯେକୌଣସି ଆୟବର୍ଗର ୭୦ ବର୍ଷରୁ ଊଦ୍ଧ୍ୱର୍ ନାଗରିକ ସାମିଲ ହୋଇପାରିବେ ।

Related Posts

ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

Continue reading
ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ