‘ଆୟୁଷ୍ମାନ’ ହିତାଧିକାରୀଙ୍କଠୁ ଅର୍ଥ ନେଲେ କାର୍ୟ୍ୟାନୁଷ୍ଠାନ

ଭୁବନେଶ୍ୱର:ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ଅନୁବନ୍ଧିତ ଡାକ୍ତରଖାନାରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ସମସ୍ତ ପ୍ରକାର ପରୀକ୍ଷା ଆୟୁଷ୍ମାନ କାର୍ଡରେ ହେବ। ଏଥିସହ ଡାକ୍ତରଖାନାରୁ ଛାଡ଼ ପାଇବାର ୧୫ ଦିନ ଯାଏ କୌଣସି ପ୍ରକାର ଚିକିତ୍ସା, ପରାମର୍ଶ, ଔଷଧ, ପରୀକ୍ଷା ପାଇଁ ମଧ୍ୟ ଅର୍ଥ ଦେବାକୁ ପଡ଼ିବନାହିଁ। ସେହିପରି ଅ‌େ‌ସ୍ତ୍ରାପଚାର ହୋଇଥିବା ରୋଗୀଙ୍କୁ ପରବର୍ତ୍ତୀ ଚିକିତ୍ସା ମଧ୍ୟ ଏହି ଯୋଜନାରେ ବିନା ମୂଲ୍ୟରେ ମିଳିବ। କୌଣସି ଅନୁବନ୍ଧିତ ଡାକ୍ତରଖାନା ଏହି ନିୟମ ବିରୋଧରେ ଯାଇ ରୋଗୀଙ୍କ ଠାରୁ ଅର୍ଥ ଦାବି କରିପାରିବେ ନାହିଁ। ଏହି ମର୍ମରେ ରାଜ୍ୟ ସ୍ବାସ୍ଥ୍ୟ ବୀମା ସମିତିର ସିଇଓ ଡା. ବୃନ୍ଦା ଡି. ସମସ୍ତ ଅନୁବନ୍ଧିତ ଡାକ୍ତରଖାନାକୁ ପତ୍ର ଲେଖି ଅବଗତ କରିଛନ୍ତି। ଡାକ୍ତରଖାନା ପକ୍ଷରୁ ରୋଗୀଙ୍କୁ ଆବଶ୍ୟକ ଔଷଧ ଯୋଗାଇବା ସହିତ ଡିସ୍‌ଚାର୍ଜ ପରବର୍ତ୍ତୀ ୧୫ ଦିନ ମଧ୍ୟରେ ଆବଶ୍ୟକ ପୁନଃ ପରାମର୍ଶ ଓ ପରୀକ୍ଷା ସମ୍ପୂର୍ଣ୍ଣ ନିଃଶୁଳ୍କ ପ୍ରଦାନ କରିବା ବାଧ୍ୟତାମୂଳକ ବୋଲି କୁହାଯାଇଛି। ନିର୍ଦେଶନାମାର ଉଲ୍ଲଙ୍ଘନ କରୁଥିବା ଡାକ୍ତରଖାନା ବିରୋଧରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସମିତି ପକ୍ଷରୁ ଏହି ପ୍ରତରେ ସ୍ପଷ୍ଟ କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ