ଭୁବନେଶ୍ୱର,02/09: ଶିକ୍ଷା, ଗବେଷଣା ଓ ସାମାଜିକ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆସୋସିଏଟ୍ ପ୍ରଫେସର ଡକ୍ଟର ସ୍ୱୟଂପ୍ରଭା ଶତପଥୀଙ୍କୁ ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ମନୋନୀତ କରାଯାଇଛି । ଭାରତର ସର୍ବ ବୃହତ ଘରୋଇ ଷ୍ଟାର୍ଟ ଅପ୍ ବିଜିନେସ୍ ଟକ୍ସ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଚେଞ୍ଜ ମେକର ତାଲିକାରେ ତାଙ୍କ ନାମ ସ୍ଥାନ ପାଇଛି । ଇଂରାଜୀ ଭାଷା, ଗଣମାଧ୍ୟମ ଓ ଯୋଗାଯୋଗ ଶିକ୍ଷା କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ଡକ୍ଟର ଶତପଥୀଙ୍କର ଗବେଷଣା ଏବଂ ସନ୍ଦର୍ଭ ପ୍ରକାଶନ କ୍ଷେତ୍ରରେ ମଧ୍ୟ ଦକ୍ଷତା ରହିଛି । ଶୈକ୍ଷିକ ଉତ୍କର୍ଷତା ସହିତ ମୂଲ୍ୟବୋଧ ଭିତିକ ଶିକ୍ଷା, ଛାତ୍ରଛାତ୍ରୀମାନଙ୍କର ସାମଗ୍ରିକ ବିକାଶ ଏବଂ ନାରୀ-ପୁରଷ କ୍ଷେତ୍ରରେ ସମାନତା ଦିଗରେ ଡକ୍ଟର ଶତପଥୀ ଅନେକ କାର୍ଯ୍ୟ କରିଛନ୍ତି । ଏହି ସମ୍ମାନ ନିମନ୍ତେ ସେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କର ସାହାଯ୍ୟ ଓ ସହଯୋଗ ନିମନ୍ତେ କୃତଜ୍ଞତା ଜଣାଇଛନ୍ତି ।
ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି
ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…