ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ : ଟ୍ରମ୍ପ

ୱାଶିଂଟନ: ଆମେରିକା ଉପରେ ହୋଇଥିବା ୯ା୧୧ ଆତଙ୍କବାଦୀ ଆକ୍ରମଣର ୨୫ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ।ସୂଚନାଥାଉ କି ୨୦୦୧ ସେପ୍ଟେମ୍ବର ୧୧ରେ ଆମେରିକାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୯୭୭ଜଣଙ୍କ ମୃତ୍ୟୁ ହୋଇଥିଲା। ଟ୍ରମ୍ପ ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଆମେରିକାବାସୀଙ୍କୁ ଅଧିକ ଶକ୍ତିଶାଳୀ ହେବାକୁ ପଡ଼ିବ ବୋଲି କହିଥିଲେ। ୯/୧୧ ଆତଙ୍କବାଦୀ ଆକ୍ରମଣ ଅତର୍କିତ ଥିଲା, ଏଥିପାଇଁ ଆମେରିକା ଆଦୌ ପ୍ରସ୍ତୁତ ନ ଥିଲା ବୋଲି ଟ୍ରମ୍ପ କହିଛନ୍ତି। ଇରାନ ବିରୋଧରେ ଚାଲିଥିବା ଯୁଦ୍ଧକୁ ନେଇ ଟ୍ରମ୍ପ କହିଥିଲେ ଇରାନକୁ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ କରିବାକୁ ବିଭିନ୍ନ ଅର୍ଥନୈତିକ କଟକଣା ଲଗାଯାଇଛି। ଇରାନର ଆର୍ଥିକ ଅବସ୍ଥା ଭଲ ନାହିଁ ତେଣୁ ଏହି ଦେଶ ଖୁବ୍‌ଶୀଘ୍ର ଯୁଦ୍ଧ ବନ୍ଦ କରିବାକୁ ବାଧ୍ୟ ହେବ। ସେହିପରି ଇରାନ ଯେପରି ଭବିଷ୍ୟତରେ କୌଣସି ଅଣୁ ଅସ୍ତ୍ର ହାସଲ ନ କରିପାରେ ସେଥିପ୍ରତି ଆମେରିକା ସର୍ବଦା ସଜାଗ ରହିଛି। କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ ବୋଲି ଟ୍ରମ୍ପ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
ଉଲ୍ଲେଖଥାଉ କି ୨୦୦୧ ସେପ୍ଟେମ୍ବର ୧୧ରେ ଆତଙ୍କବାଦୀମାନେ ୪ଟି ଯାତ୍ରୀବାହୀ ବିମାନ ଅପହରଣ କରିଥିଲେ। ସେଥିମଧ୍ୟରୁ ଦୁଇଟି ବିମାନ ନ୍ୟୁୟର୍କସ୍ଥିତ ୱାଲ୍‌ର୍ଡ ଟ୍ରେଡ୍‌ ସେଣ୍ଟର ଉପରେ ମାଡ଼ କରାଯାଇଥିବା ବେଳେ ଗୋଟିଏ ବିମାନ ପେଣ୍ଟାଗନ୍‌ରେ ମାଡ଼ କରାଯାଇଥିଲା। ଚତୁର୍ଥ ବିମାନଟିରେ ଥିବା ଯାତ୍ରୀ ଓ କ୍ରୁ ମେମ୍ବରମାନେ ଅପହରଣକାରୀଙ୍କ ସହ ସଂଘର୍ଷ କରି ତାହାକୁ ପେନ୍‌ସିଲଭେନିଆରେ ଅବତରଣ କରାଇଥିଲେ। ଏହି ଆତଙ୍କବାଦୀ ଆକ୍ରମଣରେ ୨୯୭୭ଜଣଙ୍କ ଜୀବନ ଯାଇଥିଲା।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ