ଇସ୍କନ କର୍ତ୍ତୃପକ୍ଷଙ୍କୁ ଗଜପତି ମହାରାଜାଙ୍କ ଚିଠି

ପୁରୀ: ଇସ୍କନ ପକ୍ଷରୁ ସ୍ନାନଯାତ୍ରା ଓ ରଥଯାତ୍ରାକୁ ପାରମ୍ପରିକ ତିଥି ବ୍ୟତୀତ ଭିନ୍ନ ସମୟରେ ପାଳନ କରାଯାଉଥିବା ପ୍ରସଙ୍ଗରେ ପୁରୀ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏନେଇ ସେ ଇସ୍କନର ଗଭର୍ଣ୍ଣିଂ ବଡି କମିଶନ (GBC) କର୍ତ୍ତୃପକ୍ଷଙ୍କୁ ଚିଠି ଲେଖି ଜଗନ୍ନାଥ ସଂସ୍କୃତି ଓ ପାରମ୍ପରିକ ତିଥି ଅନୁଯାୟୀ ପର୍ବପର୍ବାଣୀ ପାଳନ କରିବାକୁ ଅନୁରୋଧ କରିଛନ୍ତି।ଚିଠିରେ ଗଜପତି ମହାରାଜା ଉଲ୍ଲେଖ କରିଛନ୍ତି ଯେ, ଜଗନ୍ନାଥ ସଂସ୍କୃତି ଅନୁସାରେ ସ୍ନାନଯାତ୍ରା ଓ ରଥଯାତ୍ରା ଭଳି ପବିତ୍ର ପର୍ବଗୁଡ଼ିକ ସମଗ୍ର ବିଶ୍ୱରେ ଏକା ତିଥିରେ ପାଳନ ହେବା ଉଚିତ। ତିଥି ବ୍ୟତୀତ ଅନ୍ୟ କୌଣସି ସମୟରେ ଏହି ଯାତ୍ରା ପାଳନ କରିବା ଜଗନ୍ନାଥ ପରମ୍ପରା ସହ ସଙ୍ଗତିପୂର୍ଣ୍ଣ ନୁହେଁ ବୋଲି ସେ ମତ ପ୍ରକାଶ କରିଛନ୍ତି।

ଗଜପତି ମହାରାଜା ଇସ୍କନ କର୍ତ୍ତୃପକ୍ଷଙ୍କୁ ଭବିଷ୍ୟତରେ ସ୍ନାନଯାତ୍ରା ଓ ରଥଯାତ୍ରାକୁ ପାରମ୍ପରିକ ତିଥି ଅନୁସାରେ ଏବଂ ସମଗ୍ର ବିଶ୍ୱରେ ଏକ ସମୟରେ ପାଳନ କରିବାକୁ ଅନୁରୋଧ କରିଛନ୍ତି। ଏହା ଦ୍ୱାରା ଜଗନ୍ନାଥ ସଂସ୍କୃତିର ଏକରୂପତା ଓ ପାରମ୍ପରିକତା ଅକ୍ଷୁଣ୍ଣ ରହିବ ବୋଲି ସେ ଚିଠିରେ ଦର୍ଶାଇଛନ୍ତି।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ