ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି

ଭୁବନେଶ୍ୱର: ଚାକିରିରୁ ଇସ୍ତଫା ଦେଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଛନ୍ତି। ସେ ହେଉଛନ୍ତି ୨୦୧୩ ବ୍ୟାଚର ଆଇପିଏସ୍ ଅଫିସର।

ଭୁବନେଶ୍ୱର ଡିସିପି ଭାବେ କାର୍ଯ୍ୟ କରିବା ପୂର୍ବରୁ ସେ କଟକର ଡିସିପି ଭାବେ ଦାୟିତ୍ଵ ନିର୍ବାହ କରିଥିଲେ।୨୦୨୫ ଫେବ୍ରୁଆରୀରେ ଭୁବନେଶ୍ବର ଡିସିପି ଭାବେ ଯୋଗ ଦେଇଥିଲେ। ୨୫ ଦିନ ତଳୁ ସେ ଇସ୍ତଫାପତ୍ର ପଠାଇ ସାରିଥିବା ସୂଚନା ମିଳିଛି। ତେବେ ଯଦି ତାଙ୍କର ଇସ୍ତଫାପତ୍ର ସରକାର ମଞ୍ଜୁର କରନ୍ତି, ତାହେଲେ ୩୭ ବର୍ଷୀୟ ଆଇପିଏସ୍ ଅଫିସର ଘରୋଇ ସେକ୍ଟରରେ ଚାକିରି କରିପାରନ୍ତି।

ସୂଚନା ଥାଉକି, ବାଲିଅନ୍ତାରେ ଜିଆରପି କନଷ୍ଟେବଳ ସୌମ୍ୟ ରଞ୍ଜନ ହତ୍ୟା ମାମଲାରେ କମିଶନରେଟ୍ ପୁଲିସ ଦୁର୍ନାମ ମୁଣ୍ଡାଇଥିବା ବେଳେ ଭୁବନେଶ୍ଵର ଡିସିପି ଜଗମୋହନ ମୀନା ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ନିକଟରେ ଭିଡ଼ ହିଂସା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଲିସର କାର୍ଯ୍ୟଦକ୍ଷତାକୁ ନେଇ ଅସନ୍ତୋଷ ପ୍ରକାଶ କରିଥିବାରୁ ସେ ଚାପରେ ଥିବା କୁହାଯାଉଛି। ତେବେ ସେ କେଉଁ କାରଣରୁ ଇସ୍ତଫା ଦେଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ମୀନାଙ୍କ ହଠାତ୍ ଇସ୍ତଫା ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।

ଇସ୍ତଫା ପରେ DCP ଜଗମୋହନ ମୀନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ବ୍ୟକ୍ତିଗତ କାରଣ ପାଇଁ ଇସ୍ତଫା ଦେଇଛି। ରାଜ୍ୟବାସୀଙ୍କ ସେବା କରି ନିଜକୁ ସନ୍ତୁଷ୍ଟି ମନେ କରୁଛି। କାର୍ଯ୍ୟ ସମୟରେ ସେମିତି କୌଣସି ପ୍ରେସର୍ ନଥିଲା। ଓଡ଼ିଶାବାସୀଙ୍କ ସେବା କରି ମୁଁ ବହୁତ୍ ଖୁସି। ଓଡ଼ିଶାର ଲୋକ ବହୁତ୍ ଭଲ। ରାଜ୍ୟ ସରକାର ତାଙ୍କୁ ବିଶ୍ୱାସ କରି ସେବା କରିବାର ସୁଯୋଗ ଦେଇଥିବାରୁ ଓଡ଼ିଶାର ସରକାରଙ୍କୁ ଧନ୍ୟବାଦ୍ ଜଣାଇବା ସହ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଛନ୍ତି ଭୁବନେଶ୍ୱର ଡିସିପି ଜଗମୋହନ ମୀନା।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ