ଇ-କେଓ୍ବାଇସି ; ଡିସେମ୍ବର ୩୧ ତାରିଖ ଯାଏ ବଢ଼ିଲା ଡେଡ୍‌ଲାଇନ୍

ଭୁବନେଶ୍ବର: ଇ-କେଓ୍ବାଇସି ନଥିଲେ ବି ମିଳିବ ଚାଉଳ । ଇ-କେଓ୍ବାଇସି ପ୍ରକ୍ରିୟା ଡିସେମ୍ବର ୩୧ ତାରିଖ ଯାଏ ବୃଦ୍ଧି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସମସ୍ତ ପିଡିଏସ ହିତାଧିକାରୀଙ୍କୁ ମିଳିବ ଚାଉଳ । ଏନେଇ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ସମୟରେ ରାଜ୍ୟରେ ଇ-କେଓ୍ବାଇସି ପ୍ରକ୍ରିୟା ଜାରି ରହିଛି । ସମସ୍ତ ୧୧,୮୨୭ଟି ଖାଉଟି ସୁଲଭ ମୁଲ୍ୟ ଦୋକାନ ତଥା ୩୧୪ଟି ବ୍ଲକ୍ ଏବଂ ୬୪ଟି ପୌରାଞ୍ଚଳରେ କାର୍ଯ୍ୟରତ ଥିବା ରାସନ କାର୍ଡ ପରିଚାଳନା କେନ୍ଦ୍ରରେ ଇ-କେଓ୍ବାଇସି କାମ ଚାଲିଛି ।

ଏତତ୍‌ବ୍ୟତୀତ ବର୍ତ୍ତମାନ ସୁଦ୍ଧା ଇ-କେଓ୍ବାଇସି କରିଥିବା ହିତାଧିକାରୀ ମାନଙ୍କୁ ପ୍ରତ୍ୟେକ ମାସରେ ପିଡିଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛି I କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେଓ୍ବାଇସି ଆଳରେ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବେ ନାହିଁ । ଏହି ପ୍ରକ୍ରିୟା ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । କୌଣସି କାରଣରୁ ଇ-କେଓ୍ବାଇସି କରାଇ ନଥିବା ହିତାଧିକାରୀ ମାନେ ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାର ଯୁକ୍ତ ଇ-କେୱାଈସି କରାଇ ପାରିବେ । ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ