ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୩ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୩ ତମ ପ୍ରତିଷ୍ଠା ଦିବସ ଆଜି ପରିଷଦ ମୁଖ୍ୟ କାର୍ୟ୍ୟାଳୟ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦେଇ କହିଥିଲେ ଯେ, ଶିକ୍ଷା ହିଁ ସମୃଦ୍ଧ ଭାରତର ମାନଦଣ୍ଡ ଅଟେ । ଶିକ୍ଷା ବ୍ୟକ୍ତିତ୍ୱର ପରିପ୍ରକାଶ କରି ଏକ ସୁସ୍ଥ ସମାଜ ଗଠନରେ ସହାୟକ ହୋଇଥାଏ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦୀର୍ଘ ୪୩ ବର୍ଷର ଯାତ୍ରା ଅତିକ୍ରମ କରି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନିର୍ମାଣରେ ନିରନ୍ତର ସହଭାଗୀ ହୋଇଥିବାରୁ ଏହାର କର୍ମକର୍ତ୍ତାଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଥିଲେ ।

ପ୍ରତିଷ୍ଠା ଦିବସ ଉତ୍ସବରେ ମାନ୍ୟବର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ଅନ୍ୟାନ୍ୟ ବିଶିଷ୍ଟ ଅତିଥିଙ୍କ ଦ୍ୱାରା ସ୍ମରଣିକା ‘ପ୍ରଜ୍ଞା’, ଏନଏସଏସର ବାର୍ଷିକ ବିବରଣୀ ପୁସ୍ତିକା ଉନ୍ମୋଚନ କରାଯାଇଥିଲା । ପରେ ପରେ ଏସଜିଏଫଆଇ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ସଫଳ ହୋଇଥିବା କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏବଂ ଶେଷରେ ପରିଷଦ କର୍ମଚାରୀଙ୍କ ଦ୍ୱାରା ସାମାଜିକ ନାଟକ “ଗୁରୁଦକ୍ଷିଣା” ପରିବେଷଣ କରାଯାଇଥିଲା ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ, ବୋର୍ଡ଼ ଅଫ ସେକେଣ୍ଡାରୀ ଏଜୁକେଶନରୁ ଶ୍ରୀ ଶ୍ରୀକାନ୍ତ ତରାଇ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବା ବେଳେ ପରିଷଦର ଅଧ୍ୟକ୍ଷ ଶ୍ରୀ ମୃଣାଳ କାନ୍ତି ଦାସ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ଏବଂ ସଚିବ ଶ୍ରୀମତୀ ଶୁଭ୍ରବାଳା ବେହେରା କାର୍ୟ୍ୟକ୍ରମ ପରିଚାଳନା କରିଥିଲେ । କାର୍ୟ୍ୟକ୍ରମରେ ବହୁସଂଖ୍ୟକ ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ, ପରିଷଦର କର୍ମକର୍ତ୍ତା ଆଦି ଯୋଗଦେଇଥିଲେ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ