ଉତ୍କର୍ଷ ଓଡିଶା କନକ୍ଲେଭ : ୧୪୫ ଏମଓୟୁ ସ୍ବାକ୍ଷର

ଭୁବନେଶ୍ବର : ଦୁଇ ଦିନିଆ ଉତ୍କର୍ଷ ଓଡିଶା କନକ୍ଲେଭ-୨୦୨୫ ଶେଷ ହୋଇଛି। ଏଥିରେ ରାଜ୍ୟ ସରକାରଙ୍କ ଆଶା ଠାରୁ ଅଧିକ ପୁଞ୍ଜିନିବେଶର ପ୍ରତିଶ୍ରୁତି ମିଳିଛି। ୧୪୫ଟି ଏମଓୟୁ ସ୍ବାକ୍ଷର ହୋଇଛି। ସେହିପରି ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ମହାକୁମ୍ଭରୁ ମିଳିଛି । ଏହାଦ୍ବାରା ରାଜ୍ୟରେ ପ୍ରାୟ ୯ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ରାଜ୍ୟ ସରକାର ଶିଳ୍ପ ମହାକୁମ୍ଭରେ ଶହେ ଏମଓୟୁ ସ୍ବାକ୍ଷର ସହ ୫ ଲକ୍ଷ କୋଟି ନିବେଶର ଟାର୍ଗେଟ ରଖିଥିଲେ। କିନ୍ତୁ ଆଶାଠୁ ବହୁ ଅଧିକ ପୁଞ୍ଜିନିବେଶ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅକ୍ଷୟ ଶକ୍ତି ଉତ୍ପାଦନ କ୍ଷେତ୍ରରେ ୪ଲକ୍ଷ ୩୩ହଜାର କୋଟିର ପୁଞ୍ଜି ନିବେଶ ପାଇଁ ହୋଇଛି ଏମଓୟୁ । ମହାନଦୀ କୋଲ୍ ଫିଲଡ୍, ଏନଏଲସି, ଆଇଓସିଏଲ,ଏଚପିସିଆର୍, ଓଏନଜିସି ତ୍ରିପୁରା, ଆରଇସି ଆଦି କମ୍ପାନୀ ସହ ରାଜ୍ୟ ସରକାର ଏମଓୟୁ କରିଛନ୍ତି । ୬/୭ ମାସ ମଧ୍ୟରେ ଏହି ସବୁ ପ୍ରକଳ୍ପ କାର୍ୟ୍ୟ ଆରମ୍ଭ ହୋଇଯିବ । କୃଷି ଓ ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପରେ ବିଭିନ୍ନ ପୁଞ୍ଜି ନିବେଶକାରୀଙ୍କ ସହ ରାଜ୍ୟ ସରକାର ୧ ହଜାର କୋଟିରୁ ଅଧିକ ଟଙ୍କାର ନିବେଶ ପାଇଁ ଏମଓୟୁ କରିଛନ୍ତି । ଏଥିପାଇଁ ୧୭ଟି ସଂସ୍ଥା ସହ ବୁଝାମଣା ହୋଇଛି । ଏହି ସମ୍ମିଳନୀରେ ୧୬ଟି ଦେଶର ପ୍ରତିନିଧି ସାମିଲ ହୋଇଥିଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ