ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ୧୪୮ତମ ଜନ୍ମଜୟନ୍ତୀ

ଭୁବନେଶ୍ଵର,09।10: ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ୧୪୮ତମ ଜନ୍ମଜୟନ୍ତୀ। ଦିନଦରିଦ୍ରଙ୍କ ସେବାରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଗୋପବନ୍ଧୁ ଦାସ ଥିଲେ ଏକାଧାରାରେ ଜଣେ ଦେଶପ୍ରେମୀ, ସମାଜସେବୀ, ସଂଗଠକ, ସଂସ୍କାରକ ତଥା ସାହିତ୍ୟିକ। ଆଜୀବନ ତ୍ୟାଗମନ୍ତ୍ରରେ ଦୀକ୍ଷିତ ଏହି ତପସ୍ୱୀ ସାଧକ ଦୀନ ଦରିଦ୍ରଙ୍କର ବନ୍ଧୁ ଭାବରେ ବେଶ ଜଣାଶୁଣା ଥିଲେ। ୧୯୦୯ ମସିହାରେ ସାକ୍ଷୀଗୋପାଳ ବନ ବିଦ୍ୟାଳୟ ପ୍ରତିଷ୍ଠା କରିବା ସହ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ମୁଖ୍ୟ ଭୂମିକା ରହିଥିଲା। ବନ୍ୟା, ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ମାଡି ଆସିଲେ ଏବେ ମଧ୍ୟ ଉତ୍କଳୀୟଙ୍କ ହୃଦୟରେ ଦାସେ ଉଙ୍କି ମାରନ୍ତି। ଜାତୀୟ ଚେତନା, ଜାତୀୟ ଶିକ୍ଷା ବ୍ୟବସ୍ଥା ସହିତ ଏକ ସ୍ୱତନ୍ତ୍ର ଉତ୍କଳ ଗଠନରେ ଉତ୍କଳମଣିଙ୍କ ଭୂମିକା ସ୍ୱତନ୍ତ୍ରସ୍ଥାନ ରହିଛି। ଏପରିକି ଗୋପବନ୍ଧୁ ଦାସ ଜଣେ ଲୋକପ୍ରିୟ କବି ଥିଲେ। ତାଙ୍କ କବିତାରେ ସଦାସର୍ବଦା ଅନେକ ସିଖଣିୟ କଥା ରହୁଥିଲା। ତେବେ ତାଙ୍କର ସାରସ୍ୱତ ରଚନା ମଧ୍ୟରୁ ‘ବନ୍ଦୀର ଆତ୍ମକଥା’, ‘କାରା କବିତା’, ‘ଧର୍ମପଦ’, ‘ନଚିକେତା ଉପାଖ୍ୟାନ’, ‘ଗୋ-ମାହାତ୍ମ୍ୟ’, ‘ଅବକାଶ ଚିନ୍ତା’ ଥିଲା ଅନ୍ୟତମ।
ଏହି ଅବସରରେ ରାଜ୍ୟ ସରକାର ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ଗୋପବନ୍ଧୁଙ୍କ ନାମରେ ନାମିତ କରିବା ପାଇଁ ପୁଣିଥରେ ଦାବି ଜୋର୍‌ ଧରିଛି। ପୁରୀ ବିକାଶ ପରିଷଦ ଓ ପୁରୀ ଆଇନଜୀବୀ ସଂଘ ପକ୍ଷରୁ ଏଥିପାଇଁ ରାଜ୍ୟ ସରକାରଙ୍କୁ ବୁଧବାର ଅନୁରୋଧ କରାଯାଇଛି। ଗୋପବନ୍ଧୁଙ୍କ ଜନ୍ମପୀଠ ସମେତ ସୁଆଣ୍ଡୋ ଗ୍ରାମକୁ ପୂର୍ବ ବିଜେଡି ସରକାର ଐତିହ୍ୟ ସ୍ଥଳ ଭାବେ ବିକାଶ କରିଥିଲେ। ତେଣୁ ଏବର ବିଜେପି ସରକାର ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ଉତ୍କଳମଣି ଗୋପବନ୍ଧୁଙ୍କ ନାମରେ ନାମକରଣ କରିବାକୁ ସାଧାରଣରେ ମତ ପ୍ରକାଶ ପାଇଛି। ଏହି ଦାବି ସପକ୍ଷରେ ବିଶିଷ୍ଟ ଶିକ୍ଷାବିତ ପ୍ରଫେସର ହରେକୃଷ୍ଣ ଶତପଥୀ, ଓଡ଼ିଆ ଭାଷା ପ୍ରତିଷ୍ଠାନର ପ୍ରାକ୍ତନ ନିର୍ଦେଶକ ଡ. କୈଳାଶ ଚନ୍ଦ୍ର ଟିକାୟତରାୟ, କେନ୍ଦ୍ର ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ସାହିତ୍ୟିକ ବୀରେନ୍ଦ୍ର ମହାନ୍ତି ଓ ଓଡ଼ିଶା ପୂଜ୍ୟପୂଜା ସଂସଦ ସଭାପତି କୃଷ୍ଣ ଜଗଦେବ ମତ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଦାବି ଯଥାଶୀଘ୍ର ପୂରଣ କରିବାକୁ ସେମାନେ ଅନୁରୋଧ କରିଛନ୍ତି।

  • Related Posts

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଖୁବଶୀଘ୍ର ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଘରକୁ ଆସିବେ କୁନି ଅତିଥି । ମାଆ ହେବେ ଜାଗୃତି ଶୁକ୍ଲା । ବିବାହର ବର୍ଷେ ପରେ ଏହି ଦମ୍ପତି ଖୁସି ଖବର ଦେଇଛନ୍ତି । ନବରାତ୍ରୀର ପ୍ରଥମ ଦିନରେ ଏହି ଗୁଡ୍ ନ୍ୟୁଜ୍…

    Continue reading
    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଆନ୍ତୁ ନାହିଁ ନହେଲେ ଦୁର୍ବଳ ହେବ ଦାନ୍ତ

    ବ୍ରଶ୍‌‌ କରିବାର ତୁରନ୍ତ ପରେ ଲୋକେ କିଛି ନା କିଛି ଖାଇଥାଆନ୍ତି। ହୁଏତ ସଭିଏଁ ଜାଣିନଥିବେ ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଦାନ୍ତ ମାଢି ଉପରେ କୁପ୍ରଭାବ ପଡିବା ସହ ଦାନ୍ତ ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ