ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଆଜି ୯୦ ବର୍ଷ ପୁରଣ ହୋଇଛି । ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ଆଜି ଓଡ଼ିଶା ମାନ୍ୟତା ହାସଲ କରିଥିଲା । ଏହି ସଫଳତା ପଛରେ ନିଜର ବଳିଦାନ ଦେଇଥିବା ବୀରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ତାଙ୍କ ମହାନତାକୁ ନତମସ୍ତକ ପ୍ରଣାମ । ଚଳିତବର୍ଷ ଉତ୍କଳ ଦିବସ ଅବସରରେ ଆଜିଠାରୁ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ୟ୍ୟନ୍ତ ୧୫ ଦିନ ଧରି ‘ଓଡ଼ିଆ ପକ୍ଷ’ ଭାବେ ଧୁମ୍‌ଧାମ୍‌ରେ ପାଳନ କରାଯିବ ।ରାଜ୍ୟ ପାଇଁ ଆଜି ଏକ ଗରିମାମୟ ଦିବସ । ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟରେ ନିଜ ଭାଷା, ରାଜ୍ୟ, ଐତିହ୍ୟ, ଇତିହାସକୁ ନେଇ ଗର୍ବ ଅନୁଭବ କରିଥାନ୍ତି । ଦେଶର ବହୁ ଉଚ୍ଚ ପଦପଦବୀରେ ଏବେ ଓଡ଼ିଆମାନେ ରହି ଦେଶର ପ୍ରଗତିରେ ଅସୀମ ଯୋଗଦାନ ଦେଉଛନ୍ତି । ଆଜି ଓଡ଼ିଶା ସହିତ ଓଡ଼ିଆ ଭାଷାଭାଷୀ ଲୋକଙ୍କ ପାଇଁ ଏକ ଗର୍ବର ଦିନ ।

ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଓଡିଆଙ୍କ ମଙ୍ଗଳକାମନା କରି ରାଷ୍ଟ୍ରପତି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ସେ ନିଜ X ପୋଷ୍ଟରେ ଲେଖିଛନ୍ତି, “ଓଡ଼ିଶା ଦିବସ ଉପଲକ୍ଷେ ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ୟ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ । ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି । ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ବେଶ୍ ଉଲ୍ଲେଖନୀୟ । ଆଜିର ଏହି ଶୁଭ ଅବସରରେ ଓଡ଼ିଶାବାସୀଙ୍କ ସୁଖ-ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।”

  • Related Posts

    ବିଜେଡି ସୁପ୍ରିମୋଙ୍କ ଉତ୍କଳ ଦିବସ ଶୁଭେଚ୍ଛା

    ଭୁବନେଶ୍ୱର: ବିଜେଡି ଦଳ ସଭାପତି ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜ X ପୋଷ୍ଟରେ ଲେଖିଛନ୍ତି,” ‘ଓଡ଼ିଶା ଦିବସ’ କେବଳ ଏକ ଉତ୍ସବ ନୁହେଁ, ଏହା ହେଉଛି ଆବେଗ। ପ୍ରତିଟି ଓଡ଼ିଆଙ୍କ ସ୍ୱାଭିମାନ ଓ ପ୍ରଗତିର…

    Continue reading
    ଉତ୍କଳ ଦିବସ:ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

    ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍କଳ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ଓଡିଆଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜ X ହ୍ୟାଣ୍ଡେଲରେ ଲେଖିଛନ୍ତି, “ଓଡ଼ିଶା ସମେତ ବିଶ୍ୱର ବିଭିନ୍ନ ଅଞ୍ଚଳରେ ରହୁଥିବା ଓଡ଼ିଆ ଭାଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ