ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଆଜି ୯୦ ବର୍ଷ ପୁରଣ ହୋଇଛି । ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ଆଜି ଓଡ଼ିଶା ମାନ୍ୟତା ହାସଲ କରିଥିଲା । ଏହି ସଫଳତା ପଛରେ ନିଜର ବଳିଦାନ ଦେଇଥିବା ବୀରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ତାଙ୍କ ମହାନତାକୁ ନତମସ୍ତକ ପ୍ରଣାମ । ଚଳିତବର୍ଷ ଉତ୍କଳ ଦିବସ ଅବସରରେ ଆଜିଠାରୁ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ୟ୍ୟନ୍ତ ୧୫ ଦିନ ଧରି ‘ଓଡ଼ିଆ ପକ୍ଷ’ ଭାବେ ଧୁମ୍‌ଧାମ୍‌ରେ ପାଳନ କରାଯିବ ।
ରାଜ୍ୟ ପାଇଁ ଆଜି ଏକ ଗରିମାମୟ ଦିବସ । ରାଜ୍ୟ ତଥା ରାଜ୍ୟ ବାହାରେ ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟରେ ନିଜ ଭାଷା, ରାଜ୍ୟ, ଐତିହ୍ୟ, ଇତିହାସକୁ ନେଇ ଗର୍ବ ଅନୁଭବ କରିଥାନ୍ତି । ଦେଶର ବହୁ ଉଚ୍ଚ ପଦପଦବୀରେ ଏବେ ଓଡ଼ିଆମାନେ ରହି ଦେଶର ପ୍ରଗତିରେ ଅସୀମ ଯୋଗଦାନ ଦେଉଛନ୍ତି । ଆଜି ଓଡ଼ିଶା ସହିତ ଓଡ଼ିଆ ଭାଷାଭାଷୀ ଲୋକଙ୍କ ପାଇଁ ଏକ ଗର୍ବର ଦିନ । ଏହି ଅବସରରେ ରାଜ୍ୟପାଳ ଶୁଭେଚ୍ଛା ଜଣାଇଛନ୍ତି ।

ଉତ୍କଳ ଦିବସ ଅବସରରେ ଓଡିଶା ରାଜ୍ୟପାଳ ହରିବାବୁ କମ୍ଭମପାଟି ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜX ହ୍ୟାଣ୍ଡେଲରେ ଲେଖିଛନ୍ତି, “ରାଜ୍ୟର ସମସ୍ତ ପ୍ରିୟ ଭଉଣୀ ଓ ଭାଇମାନଙ୍କୁ ଓଡ଼ିଶାଦିବସର ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ଗଠନ ପାଇଁ ଅତୁଳନୀୟ ଅବଦାନ ଦେଇ ଆମର ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମ୍ମାନ ଓ ପରିଚୟ ଦେଇଥିବା ମହାପୁରୁଷମାନଙ୍କୁ ମୋର ଗଭୀର ଶ୍ରଦ୍ଧାଞ୍ଜଳି। ଆସନ୍ତୁ, ଆମେ ସମସ୍ତେ ମିଳିମିଶି ଓଡ଼ିଶାର ଅସ୍ମିତା ଓ ଗୌରବକୁ ଅଧିକ ରୁଦ୍ଧିମନ୍ତ କରିବାପାଇଁ ସଂକଳ୍ପ ନେବା ।”

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ