ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

ଭୁବନେଶ୍ୱର: ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ହେବା ଘଟଣାରେ କଂଗ୍ରେସ କମିଟି ଗଠନ କରାଯାଇଛି । ଘଟଣାର ଅନୁଧ୍ୟାନ ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ଏହି କମିଟି ଗଠନ କରାଯାଇଛି । ସସ୍ମିତା ବେହେରାଙ୍କ ନେତୃତ୍ୱରେ ୬ ଜଣିଆ କମିଟି ଗଠନ କରାଯାଇଛି । ସମ୍ପୃକ୍ତ କମିଟି ଘଟଣାର ଅନୁଧ୍ୟାନ କରି ପ୍ରଦେଶ କଂଗ୍ରେସକୁ ତାହାର ରିପୋର୍ଟ ଦେବ ।
ଦୁଷ୍କର୍ମ ଅଭିଯୋଗ ଆସିବା ପରେ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ଏନଏସୟୁଆଇ ସଭାପତି ଶ୍ରୀ ପ୍ରଧାନଙ୍କୁ ନିଲମ୍ବିତ କରିଛନ୍ତି ।

ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍‌ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି। ରବିବାର ରାତି ୮ଟା ୩୦ରେ ଅଭିଯୋଗ ପାଇ ପୋଲିସ ମାମଲା ରୁଜୁ କରିବା ସହ ଉଦିତଙ୍କୁ ଉଠାଇ ଆଣିଥିଲା। ତେବେ ଘଟଣା ଦିନ ହୋଟେଲରେ ଉପସ୍ଥିତ ଥିବା ଅନ୍ୟମାନଙ୍କୁ ମଧ୍ୟ ମାମଲାର ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

  • Garvita Odia

    Related Posts

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    କୋକସରା: କଳାହାଣ୍ଡି ଜିଲା କୋକସରା ବ୍ଳକ ଆମପାଣି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଆମପାଣି ଥାନା ଅଞ୍ଚଳର ଜଣେ…

    ଉଦିତ ପ୍ରଧାନ ନିଲମ୍ବିତ

    ଭୁବନେଶ୍ୱର: ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ଏନଏସୟୁଆଇ ସଭାପତି ଶ୍ରୀ ପ୍ରଧାନଙ୍କୁ ନିଲମ୍ବିତ କରିଛନ୍ତି । ଦୁଷ୍କର୍ମ ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ବିମାନ ଆଜି ଦୁର୍ଘଟଣା: ୧୬ ପିଲା, ୨ ଶିକ୍ଷକ ଓ ପାଇଲଟ ମୃତ

    ବିମାନ ଆଜି ଦୁର୍ଘଟଣା: ୧୬ ପିଲା, ୨ ଶିକ୍ଷକ ଓ ପାଇଲଟ ମୃତ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଉଦିତ ପ୍ରଧାନ ଗିରଫ  ଘଟଣା: କଂଗ୍ରେସ କମିଟି ଗଠନ