ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ । ତେବେ ୨୮ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହା କହିଛନ୍ତି ।

ପାଣିପାଗ ବିଭାଗର ଆକଳନ କହୁଛି, ସୋମବାର ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ହୋଇପାରେ । ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ତେବେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରାଯାଇଛି । ୨୩, ୨୪ ଓ ୨୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।
ରବିବାର ସୋନପୁରରେ ୪୯.୨ ମିମି ବର୍ଷା ରେକର୍ଡ ହୋଇଛି । ନୟାଗଡ଼ରେ ୫ମିମି, ମାଲକାନଗିରିରେ ୩.୨, ସମ୍ବଲପୁରରେ ୨.୪, ବରଗଡ଼ରେ ୨.୨ ମିମି ବର୍ଷା ହୋଇଛି। ରବିବାର ଝାରସୁଗୁଡ଼ାକୁ ଛାଡି ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ତଳେ ଥିଲା । ସମ୍ବଲପୁରରେ ୩୯.୮, ହୀରାକୁଦରେ ୩୯.୩, ସୁନ୍ଦରଗଡ଼ରେ ୩୮.୫, ବଲାଙ୍ଗିରରେ ୩୮.୨, ଢେଙ୍କାନାଳରେ ୩୭.୬ ଓ ନୂଆପଡ଼ାରେ ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଦାରିଙ୍ଗବାଡ଼ିର ଦିନ ତାପମାତ୍ରା ସବୁଠୁ କମ୍ ବା ୨୮.୫ ଡିଗ୍ରୀ ରେକର୍ଡ ହୋଇଥିଲା ।

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ