ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ମାମଲାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବାସଭବନକୁ ମହିଳା କଂଗ୍ରେସ ଘେରିଛି। ରାଜ୍ୟ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ବରେ କର୍ମୀମାନେ ଶ୍ରୀମତୀ ପରିଡ଼ାଙ୍କ ବାସଭବନ ଉପରକୁ ଟମାଟୋ ମାଡ଼ କରିଛନ୍ତି। ଜବାବରେ କଂଗ୍ରେସର କିଛି ମହିଳା କର୍ମୀଙ୍କୁ ପୁଲିସ ଉଠାଇ ନେଇଛି।
ବଳଙ୍ଗା ଅଞ୍ଚଳରେ କିଛି ଦୁର୍ବୁତ୍ତ ଏକ ପନ୍ଦର ବର୍ଷୀୟା ଝିଅକୁ ରାସ୍ତାରେ ନିଆଁ ଲଗାଇଦେବା ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆ ‘ଏକ୍ସ’ରେ କହିଥିଲେ। ଝିଅକୁ ଭୁବନେଶ୍ୱର ଏମ୍ସକୁ ତୁରନ୍ତ ସ୍ଥାନାନ୍ତରିତ କରାଯାଇଛି ଓ ତାହାର ଚିକିତ୍ସା ର ସମସ୍ତ ବ୍ୟବସ୍ଥା କରାଯାଉଛି। ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ବୋଲି କହିଥିଲେ। ଏଥି ସହିତ ସେ କହିଥିଲେ ଯେ, ତୁରନ୍ତ ଦୋଷୀକୁ ଗିରଫ କରିବା ଓ ଦୃଢ଼ କାର୍ୟ୍ୟାନୁଷ୍ଠାନ ପାଇଁ ପୁଲିସ ପ୍ରଶାସନକୁ ନିର୍ଦେଶ ଦିଆଯାଇଛି।
ଦେହରେ ନିଆଁ ଲାଗି ଏମ୍ସରେ ଭର୍ତ୍ତି ହୋଇଥିବା ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍‌ ନିୟୋଜିତ ଅଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କୁ ସ୍ବତନ୍ତ୍ର ଚିକିତ୍ସା ଦିଆଯାଉଛି।

ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଆଜି ପୂର୍ବାହ୍‌ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ