ଉପରାଷ୍ଟ୍ରପତିଙ୍କ ଇସ୍ତଫା ଶୁଣି ବ୍ୟକ୍ତିଗତ ଭାବେ ମର୍ମାହତ: ସିବଲ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ । ଧନଖଡ ତାଙ୍କ ଇସ୍ତଫା ପଛରେ ତାଙ୍କ ସ୍ୱାସ୍ଥ୍ୟ କାରଣ ଦର୍ଶାଇଛନ୍ତି । ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଧନଖଡଙ୍କ ଇସ୍ତଫା ପରେ, ବିରୋଧୀ ଏବେ ଅନେକ ପ୍ରଶ୍ନ ଉଠାଇଛନ୍ତି। ସେମାନେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ମଧ୍ୟ ଚିନ୍ତା ପ୍ରକାଶ କରିଛନ୍ତି।
ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଇସ୍ତଫା ଉପରେ କଂଗ୍ରେସ ନେତା କପିଲ ସିବଲ କହିଛନ୍ତି ଯେ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବରେ ଦୁଃଖିତ । କାରଣ ତାଙ୍କ ସହିତ ମୋର ସମ୍ପର୍କ ବହୁତ ଭଲ ରହିଛି । ସେ ମୋ ପରିବାରକୁ ବହୁତ ଭଲ ଭାବରେ ଜାଣିଥିଲେ । ଏପରିକି ତାଙ୍କର ମୋ ବାପାଙ୍କ ସହିତ ମଧ୍ୟ ଭଲ ସମ୍ପର୍କ ଥିଲା।

ସିବଲ କହିଛନ୍ତି ଯେ ମୁଁ ସର୍ବଦା ତାଙ୍କୁ ସମ୍ମାନ କରେ । ସେ ମଧ୍ୟ ମୋତେ ସବୁବେଳେ ସମ୍ମାନ କରନ୍ତି। ମୁଁ ଦୁଃଖିତ ଏବଂ ମୁଁ ଆଶା କରୁଛି ଯେ ସେ ସୁସ୍ଥ ରୁହନ୍ତୁ ଏବଂ ଦୀର୍ଘଜୀବି ହୁଅନ୍ତୁ। ମୁଁ ତାଙ୍କ ସୁସ୍ଥତା କାମନା କରୁଛି।

  • Related Posts

    ମୁଁ ନିର୍ବାଚନରେ ​​ ଲଢ଼ିବାକୁ ଚାହୁଁ ନାହିଁ: କେ ଆନ୍ନାମଲାଇ

    ଚେନ୍ନାଇ: ଭାରତୀୟ ଜନତା ପାର୍ଟି ପକ୍ଷରୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ପୂର୍ଣ୍ଣାଙ୍ଗ ତାଲିକା ପ୍ରକାଶ କରାଯାଇଥିଲା। ତାଲିକାରେ କେ ଆନ୍ନାମଲାଇଙ୍କ ନାମ ନଥିଲା। ଏନେଇ ଆନ୍ନାମଲାଇ ନୀରବତା ଭାଙ୍ଗିଛନ୍ତି। ସେ ଶନିବାର ସ୍ପଷ୍ଟ କରିଛନ୍ତି, ତାମିଲନାଡୁରେ…

    Continue reading
    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ