ଉପରାଷ୍ଟ୍ରପତି ନିର୍ବାଚନ: ଆଜି ବିଜେଡି ପିଏସି ବୈଠକ

ଭୁବନେଶ୍ୱର: ଉପରାଷ୍ଟ୍ରପତି ନିର୍ବାଚନକୁ ଆଉ ମାତ୍ର ୩ଦିନ ବାକିଥିବାବେଳେ ବିଜେଡି ଆଜି ଦଳର ସମନ୍ୱୟ କମିଟି ଓ ରାଜନୀତିକ ବ୍ୟାପାର କମିଟି(ପିଏସି)ର ବୈଠକ ଡାକିଛି । ଉପରାଷ୍ଟ୍ରପତି ନିର୍ବାଚନରେ ଦଳର ଆଭିମୁଖ୍ୟ ଓ ନିଷ୍ପତ୍ତିକୁ ଏହି ବୈଠକରେ ଆନୁଷ୍ଠାନିକ ମୋହର ବାଜିବାର ସମ୍ଭାବନା ରହିଛି ।
ବିଜେଡି ସୂତ୍ର ଅନୁସାରେ, ଉପରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗରେ ଆଲୋଚନା ନିମନ୍ତେ ଆଜି ଅପରାହ୍ନ ସାଢ଼େ ୪ଟାରେ ଦଳର ସମନ୍ୱୟ କମିଟି ବୈଠକ ଓ ସାଢ଼େ ୫ଟାରେ ନବୀନ ନିବାସରେ ରାଜନୀତିକ ବ୍ୟାପାର କମିଟି(ପିଏସି) ବୈଠକ ଅନୁଷ୍ଠିତ ହେବ । ତେବେ ପିଏସି ବୈଠକ ନବୀନ ନିବାସରେ ଅନୁଷ୍ଠିତ ହେଉଥିଲେ ମଧ୍ୟ ପାଣ୍ଡିଆନ ଉପସ୍ଥିତ ରହିବେ ନାହିଁ । ପିଏସି ବୈଠକରେ ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ସୁଦାମ ମାର୍ଣ୍ଡି, ନିରଞ୍ଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ପ୍ରଣବପ୍ରକାଶ ଦାସ, ଟୁକୁନି ସାହୁ, ସସ୍ମିତ ପାତ୍ର ଓ ସନ୍ତୃପ୍ତ ମିଶ୍ର ଯୋଗଦେବାର କାର୍ୟ୍ୟକ୍ରମ ରହିଛି ।

ଏହା ପୂର୍ବରୁ ଅପରାହ୍ନ ସାଢ଼େ ୪ଟାରେ ଦଳର ସମନ୍ୱୟ କମିଟି ବୈଠକ ବସିବ, ଯେଉଁଥିରେ ଦେବୀପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଉପରାଷ୍ଟ୍ରପତି ନିର୍ବାଚନ ସଂପର୍କରେ ଆଲୋଚନା ହେବ ବୋଲି ଜଣାପଡ଼ିଛି ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ