ଉପର ମୁଣ୍ଡରେ ଅତି ପ୍ରବଳ ବର୍ଷା ବିପଦ ସଙ୍କେତ ଉପରେ ବୈତରଣୀ, ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା

ଭୁବନେଶ୍ବର,24/08: ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ଅତି ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢ଼ୁଛି। ଆଖୁଆପଦାରେ ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସୁବର୍ଣ୍ଣରେଖା ଜାମଶୋଳାଘାଟରେ ବିପଦ ସଙ୍କେତ ଟପିଛି। ବ୍ରାହ୍ମଣୀ ପାନପୋଷ ପାଖରେ ବିପଦ ସଙ୍କେତ ନିକଟତର ହୋଇଛି। ଏହି ନଦୀଗୁଡ଼ିକ ଜଳସ୍ତର ବଢ଼ୁଥିବାରୁ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଈଛି। ଆସନ୍ତା ୨୫ତାରିଖ ସୁଦ୍ଧା ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା ଏବଂ ଜଳକା ଆହୁରି ଫୁଲିବାର ସମ୍ଭାବନା ରହିଛି। ସମ୍ପୃକ୍ତ ନଦୀଗୁଡ଼ିକର ତଳିଆ ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା କରାଯାଉଛି। ଶୁକ୍ରବାର ଉତ୍ତର ଓଡ଼ିଶା ଓ ତତ୍‌ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ସୁବର୍ଣ୍ଣପୁର ଏବଂ ଢେଙ୍କାନାଳ ଜିଲାର ଅନେକ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ