ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ

କଟକ: ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର (ଏଏସଓ) ପଦ ନିମନ୍ତେ ଗତ ଜୁଲାଇ ୧୩ରେ ଅନୁଷ୍ଠିତ ହୋଇଥିବା ମୁଖ୍ୟ ପରୀକ୍ଷାକୁ ହାଇକୋର୍ଟ ବାତିଲ କରିଦେଇଛନ୍ତି। ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ କରି ହାଇକୋର୍ଟ ରେଜିଷ୍ଟ୍ରାର (ପରୀକ୍ଷା) ଏହି ପରୀକ୍ଷାକୁ ବାତିଲ କରିଥିବା ନେଇ ନିର୍ଦେଶନାମା ଜାରି କରିଛନ୍ତି। ଡିସେମ୍ବର ୭ରେ ସାନି ପରୀକ୍ଷା କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଏଏସ୍‌‌ଓ ପଦରେ ନିଯୁକ୍ତି ଲାଗି ପ୍ରାଥମିକ ପରୀକ୍ଷାରେ ୭,୧୧୩ ଜଣ ପରୀକ୍ଷାର୍ଥୀ ମୁଖ୍ୟ ପରୀକ୍ଷାକୁ ଉତ୍ତୀର୍ଣ୍ଣ ହୋଇଥିଲେ। ଗତ ଜୁଲାଇ ୧୩ରେ ମୁଖ୍ୟ ପରୀକ୍ଷା କରାଯାଇଥିଲା। ତେବେ ପରୀକ୍ଷା ପରିଚାଳନା ଏଜେନ୍ସିର କାର୍ୟ୍ୟକଳାପକୁ ନେଇ ହାଇକୋର୍ଟ ସନ୍ଦେହ ପ୍ରକଟ କରିଥିଲେ। ଫଳରେ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ଉକ୍ତ ମୁଖ୍ୟ ପରୀକ୍ଷାକୁ ବାତିଲ୍‌‌ କରିଦିଆଯାଇଛି। ଡିସେମ୍ବର ୭ରେ ଅନୁଷ୍ଠିତ ହେବାକୁ ଥିବା ସାନି ପରୀକ୍ଷା ଦିନ ପ୍ରଥମ ସିଟିଂ ଇଂରାଜୀ ବିଷୟ ରହିଛି। ଏହି ପରୀକ୍ଷା ସକାଳ ୯ଟାରୁ ପୂର୍ବାହ୍ଣ ୧୧ଟା ପର୍ୟ୍ୟନ୍ତ ହେବ। ଏହାପରେ ଦ୍ବିତୀୟ ସିଟିଂ ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ୧ଟା ଜେନେରାଲ ଆୱାରନେସ୍‌‌ ଏବଂ ରିଜୋନିଂ, ତୃତୀୟ ସିଟିଂ ଗଣିତ ଅପରାହ୍ନ ୨.୩୦ରୁ ୪.୩୦ ପର୍ୟ୍ୟନ୍ତ କରାଯିବ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ