ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ଦେବଗଡ଼:କଳାମାଟିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟାପକ ମନୋରଞ୍ଜନ ବାରିକଙ୍କ ସଭାପତିତ୍ୱରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଡୋମନ ଏକ୍କା ବାର୍ଷିକ ବିବରଣୀ ପାଠ କରିଥିଲେ।ପିଟିଏ ସଭ୍ୟ ଲଳିତ ମୋହନ ପ୍ରଧାନ ବିଦ୍ୟାଳୟର ବିକାଶ ଲାଗି ନିଜର ମତ ରଖିଥିଲେ।ଏହି ଅବସରରେ ୨୦୨୬-୨୭ ବର୍ଷ ନିମନ୍ତେ ପିତାମାତା ଶିକ୍ଷକ ସମ୍ମିଳନୀ ନିମନ୍ତେ ନିର୍ବାଚନ ମାଧ୍ୟମରେ ନୂତନ ସଭ୍ୟ ସଭ୍ୟା ନିର୍ବାଚିତ ହୋଇଥିଲେ।ବିଦ୍ୟାଳୟର କୃତୀ ଛାତ୍ର ଛାତ୍ରୀ ତଥା ସିବିଏସ୍ଇ ଦଶମ ପରୀକ୍ଷାରେ ପ୍ରଥମ ଦ୍ଵିତୀୟ ଓ ତୃତୀୟଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଅଧ୍ୟାପିକା ରିମଲୀ ବାନାର୍ଜୀ ଧନ୍ୟବାଦ ଦେଇଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ