‘ଏକ‌ ପେଡ ମା କେ ନାମ ୩..0’ ଚାରାରୋପଣ କାର୍ଯ୍ୟକ୍ରମ

ଦେବଗଡ଼:ସେବା ସଂକଳ୍ପ ଅଭିଯାନ ଅବସରରେ ‘ଏକ‌ ପେଡ ମା କେ ନାମ ୩..0’କାର୍ଯ୍ୟକ୍ରମ ଆଜି ଦେବଗଡ ଜିଲ୍ଲାର ବାରକୋଟ,ରିଆମାଳ ଓ ତିଲେଇବଣି ବ୍ଲକର ସମସ୍ତ ପଞ୍ଚାୟତରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ୭୦ଟି ପଞ୍ଚାୟତରେ ୭୦୦ଟି ଲେଖାଏଁ ବିଭିନ୍ନ କିସମର ଚାରାରୋପଣ କରାଯାଇ ମୋଟ ୪୯,୦୦୦ଟିଚାରା ରୋପଣ କରାଯାଇଥିଲା।ଏହି କ୍ରମରେ ତିଲେଇବଣି ବ୍ଲକର ଢୋଲପଡ଼ା ପଞ୍ଚାୟତର ପଟ୍ଟାଖମଣ ଗ୍ରାମରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥି‌ରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥାକାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ରମିଞ୍ଜ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ତିଲେଇବଣି ପଞ୍ଚାୟତ ସମିତିର ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ,ତିଲେଇବଣି ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା,ବିଧାୟକଙ୍କ ତିଲେଇବଣି ବ୍ଲକ ପ୍ରତିନିଧି ନଗେନ ପଣ୍ଡା ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପରିବେଶ ସୁରକ୍ଷା,ସବୁଜ ଆବରଣ ବୃଦ୍ଧି,ଜଳବାୟୁ ପରିବର୍ତ୍ତନର ପ୍ରଭାବ ହ୍ରାସ ଏବଂ ପ୍ରତ୍ୟେକ ନାଗରିକଙ୍କୁ ବୃକ୍ଷରୋପଣ ସହ ଭାବନାତ୍ମକ ଭାବେ ଯୋଡ଼ିବା ହେଉଛି କାର୍ଯ୍ୟକ୍ରମରମୂଳ ଲକ୍ଷ୍ୟ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ।ଏଥିରେ ବିଭିନ୍ନ ବିଭାଗର ଅଧିକାରୀ,ସ୍ୱେଚ୍ଛାସେବୀ,ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା, ଶିକ୍ଷକଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଜନସାଧାରଣ ଉପସ୍ଥିତ ଥିଲେ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ