‘ଏଗ୍ରିଷ୍ଟେକ ID’ ପାଇଁ ଚାଷୀଙ୍କ ପାଖକୁ ଯିବେ ସରକାର

ରାଜ୍ୟର ଚାଷୀଙ୍କୁ ଏବେ ମିଳିବ ଏକ ନୂଆ ପରିଚୟ । ଆଧାର କାର୍ଡ ଭଳି ପ୍ରତ୍ୟେକ ଚାଷୀଙ୍କ ପାଇଁ ଏକ ସ୍ୱତନ୍ତ୍ର ‘ଏଗ୍ରିଷ୍ଟେକ ID’ ପ୍ରସ୍ତୁତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି । ଏହି ପରିଚୟ ପତ୍ର ମାଧ୍ୟମରେ ଚାଷୀମାନେ ସରକାରୀ ସୁବିଧା ସୁଗମରେ ପାଇପାରିବେ । ଏହି ପଞ୍ଜିକରଣ ପ୍ରକ୍ରିୟା ବିଭିନ୍ନ ସମବାୟ ସମିତି ବା ସୋସାଇଟିରେ କରାଯାଉଛି । ତେବେ ଯେଉଁ ଚାଷୀମାନେ କୌଣସି କାରଣବଶତଃ ସମବାୟ ସଂସ୍ଥାକୁ ଆସିପାରିବେ ନାହିଁ, ସେମାନଙ୍କ ପାଇଁ ସରକାରୀ ଅଧିକାରୀମାନେ ନିଜେ ଚାଷୀଙ୍କ ପାଖକୁ ଯାଇ ପଞ୍ଜିକରଣ କରିବେ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି ।
ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ କୃଷି, ରାଜସ୍ୱ ଓ ସମବାୟ ବିଭାଗର ଅଧିକାରୀମାନେ ମିଳିତ ଭାବେ ସାହାଯ୍ୟ କରିବେ। ଏନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କୃଷି, ସମବାୟ, ରାଜସ୍ୱ ଏବଂ ଯୋଗାଣ ବିଭାଗର ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ପଞ୍ଜିକରଣ ପ୍ରକ୍ରିୟାକୁ କିପରି ସରଳ କରାଯାଇପାରିବ ସେ ନେଇ ଆଲୋଚନା କରିଛନ୍ତି । ଚାଷୀଙ୍କୁ ଏହି ID ଜେନେରେଟ ହେବା ପରେ ଏକ ସ୍ୱତନ୍ତ୍ର ପରିଚୟ ପତ୍ର ପ୍ରଦାନ କରାଯିବ, ଯାହା ସେମାନଙ୍କର କୃଷି ସମ୍ବନ୍ଧୀୟ ସମସ୍ତ ତଥ୍ୟ ସଂରକ୍ଷିତ ରଖିବ ।
ଏହି ପ୍ରକ୍ରିୟାରେ ଆହୁରି ଏକ ବଡ଼ ସୁବିଧା ରଖାଯାଇଛି । ବିଦେଶରେ ରହୁଥିବା ଚାଷୀମାନେ ମଧ୍ୟ ଭିଡିଓ କନଫରେନ୍ସିଂ (VC) ମାଧ୍ୟମରେ ନିଜର ପଞ୍ଜିକରଣ କରିପାରିବେ ଏବଂ ଆଖି ସ୍କାନ (Eye Scan) ପ୍ରକ୍ରିୟା ମଧ୍ୟ ସମ୍ପୂର୍ଣ୍ଣ କରିପାରିବେ । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ଚାଷୀ ପଞ୍ଜିକରଣ ନେଇ କୌଣସି ସମସ୍ୟା ହେବ ନାହିଁ। ଯଦି ଆବଶ୍ୟକ ପଡ଼େ, ତେବେ ପଞ୍ଜିକରଣର ଅବଧି ବା ସମୟ ସୀମାକୁ ମଧ୍ୟ ବୃଦ୍ଧି କରାଯିବ । ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ପ୍ରକୃତ ଚାଷୀଙ୍କ ପାଖରେ ସରକାରୀ ଯୋଜନା ଓ ସାହାଯ୍ୟ ପହଞ୍ଚିବା ଅଧିକ ସହଜ ହେବ ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ