
ଭୁବନେଶ୍ବର: ଏଣିକି ପିଏମ୍ ପୋଷଣ ସ୍କିମ୍ରେ ସ୍କୁଲ୍ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ ନଥିଲେ ମିଳିବ ଫଳ । DEOଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ପିଏମ୍ ପୋଷଣ ଷ୍ଟେଟ୍ ନୋଡାଲ ଅଫିସର ।ରାଜ୍ୟରେ କୁପୋଷଣ ଦୂରେଇବା ସହ ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଆରମ୍ଭ ହୋଇଥିବା ମଧ୍ୟାହ୍ନ ଭୋଜନରେ ରହିଛି ବିଭିନ୍ନ ଖାଦ୍ୟ ସାରଣୀ । ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କୁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର । ହେଲେ ଅନେକ ପିଲା ଅଣ୍ଡା ଖାଉ ନଥିବା ନଜରକୁ ଆସୁଛି । ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି । ସପ୍ତାହକୁ ୩ ଥର ସୋମବାର, ବୁଧବାର, ଶୁକ୍ରବାର ଏହି ୩ ଦିନ ପିଲାଙ୍କୁ ଫଳ ଦିଆଯିବ ।