ଏନକାଉଣ୍ଟର: ନିହତ ମାଓବାଦୀଙ୍କ ମଧ୍ୟରୁ କଟକରୁ ଜଣେ

ଭୁବନେଶ୍ୱର: ନୂଆପଡ଼ା ଜିଲା ଓ ଛତିଶଗଡ଼ ଗରିଆବନ୍ଦ ସୀମା କୁଲାରିଘାଟ ଜଙ୍ଗଲରେ ସୁରକ୍ଷାବାହିନୀ-ମାଓବାଦୀ ଗୁଳି ବିନିମୟରେ ନିହତ ହୋଇଥିବା ୧୬ ମାଓବାଦୀଙ୍କ ମଧ୍ୟରୁ ୧୨ ଜଣଙ୍କ ପରିଚୟ ମିଳିଛି। ମୃତକ ୧୨ ଜଣ ଛତିଶଗଡ଼, ଆନ୍ଧ୍ରପ୍ରଦେଶ, ଓଡ଼ିଶାର ବୋଲି ଜଣାପଡ଼ିଛି। ତେବେ ବଡ଼ କଥା ହେଉଛି କଟକ ଯାଏ ଲମ୍ବିଲାଣି ମାଓ ଚେର। ନିହତ ମାଓବାଦୀଙ୍କ ମଧ୍ୟରୁ ଜଣେ କଟକ ଜିଲାର ହୋଇଥିବା ସୂଚନା ମିଳିଛି। କଟକ ଜିଲା ନିଆଳି ଥାନା କୁଲାଶ୍ରୀ ଗାଁର ଆଲୋକ ଓରଫ ମୁନ୍ନା ମୃତ ମାଓବାଦୀଙ୍କ ମଧ୍ୟରେ ସାମିଲ। ତା’ ମୁଣ୍ଡ ଉପରେ ୧୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା।

ସୂଚନାଯୋଗ୍ୟ, ନୂଆପଡା ଜିଲା ଓ ଛତିଶଗଡ଼ ଗରିଆବନ୍ଦ ସୀମା କୁଲାରିଘାଟ ଜଙ୍ଗଲରେ ଜାନୁଆରୀ ୨୦ରୁ ୨୩ ତାରିଖ ପର୍ୟ୍ୟନ୍ତ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁର୍ଦ୍ଦାନ୍ତ ମାଓବାଦୀ ଚଳପତି ସମେତ ୧୬ ମାଓବାଦୀ ନିହତ ହୋଇଥିଲେ। ଏଥିମଧ୍ୟରୁ ୧୨ଜଣଙ୍କ ପରିଚୟ ମିଳିଛି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍