ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗ୍‌ସ ୨୦୨୫: ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ମେଡିକାଲ୍ ସାଇନ୍‌ସେସ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ ବି ଆଗରେ
ଭୁବନେଶ୍ୱର, ସେପ୍ଟେମ୍ବର ୪: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ ହୋଇଛି । ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ର‌୍ୟାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗସ୍‌ର ଦଶମ ସଂସ୍କରଣରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ସୋଆ ୧୫ ତମ ସ୍ଥାନ ହାସଲ କରିଛି । ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୨୫ ବର୍ଷ ନିମନ୍ତେ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସ୍ ଘୋଷଣା କରିଥିଲେ । ଏହି ଅବସରରେ କେନ୍ଦ୍ର ରାଜ୍ୟ ଶିକ୍ଷାମନ୍ତ୍ରୀ ଶ୍ରୀ ସୁକାନ୍ତ ମଜୁମ୍‌ଦାର ମଧ୍ୟ ଉପସ୍ଥିତ ଥିଲେ । ସେହିପରି ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ସୋଆ ୨୫ ତମ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନୀତ ହୋଇଛି ।
୨୦୧୬ ମସିହାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ୧୦ ବର୍ଷ ଧରି ପ୍ରକାଶିତ ହେଉଥିବା ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗସ୍‌ରେ ଦେଶର ଶ୍ରେଷ୍ଠ ୨୫ଟି ଉଚ୍ଚ ଶିକ୍ଷାନୁଷ୍ଠାନ ତାଲିକାରେ ନିଜ ସ୍ଥାନ ବଜାୟ ରଖିଛି ସୋଆ । ସେଥି ମଧ୍ୟରୁ ସୋଆ ୮ ଥର ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସାମିଲ୍ କରିପାରିଛି । ଚଳିତବର୍ଷ ମେଡିକାଲ୍ ସାଇନ୍‌ସେସ୍ କ୍ଷେତ୍ରରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ୧୫ ତମ ସ୍ଥାନ ହାସଲ କରିଛି । ଗତ ବର୍ଷ ଏହା ୨୧ ତମ ଶ୍ରେଷ୍ଠ ସ୍ଥାନରେ ରହିଥିବା ବେଳେ ଚଳିତ ଥର ୬ଟି ସ୍ଥାନ ଉପରକୁ ଉଠିଛି ଏହି ଡାକ୍ତରୀ ଶିକ୍ଷାନୁଷ୍ଠାନ । ସେହିପରି ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍ ୯ମ ସ୍ଥାନ ବଜାୟ ରଖିଛି । ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟ ଇଞ୍ଜିନିୟରିଂ କ୍ୟାଟେଗୋରିରେ ଗତ ବର୍ଷ ୨୬ ତମ ହାସଲ କରିଥିବା ବେଳେ ଚଳିତ ବର୍ଷ ଏଥିରେ ଉନ୍ନତି ଘଟି ୨୨ ତମ ସ୍ଥାନରେ ପହଂଚିଛି । ସେହିପରି ଲ କ୍ୟାଟେଗୋରିରେ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ ସାରା ଦେଶରେ ଶ୍ରେଷ୍ଠ ଦଶମ ଆଇନ୍ କଲେଜର ମାନ୍ୟତା ପାଇଛି । ଗବେଷଣା କ୍ଷେତ୍ରରେ ଗତବର୍ଷ ଠାରୁ ଗୋଟିଏ ସ୍ଥାନ ଉପରକୁ ଉଠି ୪୯ ତମ ସ୍ଥାନ ହାସଲ କରିଛି ସୋଆ । ପୂର୍ବ ଭଳି ସୋଆର ଡେଂଟାଲ୍ ସାଇନ୍‌ସେସ୍ ଏବଂ ଲ’ କ୍ୟାଟେଗୋରୀ ଦେଶର ଦଶଟି ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ତାଲିକାରେ ନିଜ ସ୍ଥାନ ବଜାୟ ରଖିଛନ୍ତି ।
ସୋଆ ୨୦୨୨ରେ ନ୍ୟାସନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନସିଲ୍ (ନାକ୍‌) ଦ୍ୱାରା ସର୍ବାଧିକ ଏ ++ ଗ୍ରେଡ୍ ହାସଲ କରି ପୁନଃ ସ୍ୱୀକୃତି ଲାଭ କରିଥିଲା । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏହି ଅବସରରେ ଖୁସି ବ୍ୟକ୍ତ କରିବା ସହ ବିଶ୍ୱବିଦ୍ୟାଳୟର ଫାକଲ୍ଟି, ଗବେଷକ ଏବଂ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ସୋଆକୁ ଆହୁରି ଉଚ୍ଚକୁ ନେବା ନିମନ୍ତେ ସେମାନଙ୍କର ଏହି ଉଦ୍ୟମକୁ ଜାରି ରଖିବା ନିମନ୍ତେ ପ୍ରୋତ୍ସାହିତ କରିଛନ୍ତି । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ବିଶ୍ୱବିଦ୍ୟାଳୟର ଏହି ସଫଳତା ନିମନ୍ତେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଏହି ବିଶ୍ୱବିଦ୍ୟାଳୟକୁ ଆଗାମୀ ବର୍ଷରେ ଆହୁରି ଅଧିକ ସଫଳତା ହାସଲ କରିବା ପାଇଁ ଆହ୍ୱାନ ଦେଇଛନ୍ତି । ସୋଆ ୨୦୦୭ ମସିହା ଜୁଲାଇ ୧୭ ତାରିଖରେ ୟୁଜିସି ଆକ୍ଟ ୧୯୫୬ର ଧାରା ୩ ଅନୁଯାୟୀ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଡିମ୍‌ଡ ଟୁ ବି ୟୁନିଭର୍ସିର୍ଟିର ମାନ୍ୟତା ପାଇଥିଲା ।

Related Posts

ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

Continue reading
ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ