ଏପ୍ରିଲ ୮ରୁ ଦ୍ବିତୀୟ ପର୍ୟ୍ୟାୟ ରତ୍ନଭଣ୍ଡାର ଗଣତିମଣତି:ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଦ୍ବିତୀୟ ପର୍ୟ୍ୟାୟ ଗଣତିମଣତି। ଏପ୍ରିଲ୍ ୮, ୯ ଏବଂ ୧୦ ତାରିଖରେ ହେବ ବାହାର ରତ୍ନଭଣ୍ଡାର ଗଣତି। ଏ ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି ବାଧାପ୍ରାପ୍ତ ନହେବା ତାହା ଉପରେ ଗୁରୁତ୍ବ ଦିଆଯିବ। ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା ।
ସେ କହିଛନ୍ତି ଯେ, ବୁଧବାର ଅର୍ଥାତ ୨୫ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ହୋଇଥିଲା । ପ୍ରଥମ ପର୍ୟ୍ୟାୟ ଗଣତି ସୁରୁଖୁରରେ ସରିଥିବା ବେଳେ ଏବେ ୨ୟ ପର୍ୟ୍ୟାୟ ଗଣତି ମଣତି ହେବ । ଏପ୍ରିଲ ମାସରେ ତିନି ଦିନ ଧରି ବାହାର ରତ୍ନଭଣ୍ଡାରରେ ଗଣତି ମଣତି କରାଯିବ । ସେଥିପାଇଁ ତାରିଖ ମଧ୍ୟ ଧାର୍ୟ୍ୟ କରାଯାଇଛି । ଯଥାକ୍ରମେ ଏପ୍ରିଲ ମାସର ୮, ୯ ଏବଂ ୧୦ ତାରିଖକୁ ଚୟନ କରାଯାଇଛି । ଏହି ଗଣତି ମଣତି ଦିନ ଯେପରି ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି କୌଣସି ପରିସ୍ଥିତିରେ ବାଧାପ୍ରାପ୍ତ ନହେବ, ସେନେଇ ଆଲୋଚନା ସରିଛି । ସମସ୍ତ ପ୍ରକାରର ପ୍ରସ୍ତୁତି ମଧ୍ୟ ଚାଲିଛି । ସମସ୍ତ ପ୍ରସ୍ତୁତି ପରେ ଭିତର ରତ୍ନଭଣ୍ଡାର ଗଣତି ମଣତି ହେବ । ଆଶା କରାଯାଉଛି ସବୁ କାମ ଠିକଣା ସମୟରେ ସରିଯିବ ।

ସେହିପରି ଆଗକୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏଥର ରଥଯାତ୍ରାକୁ ସୁରୁଖୁରରେ କରିବାକୁ ୬ ମାସ ଆଗରୁ ପ୍ରସ୍ତୁତି ବୈଠକ ବସିଛି । ଏହାରି ଭିତରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବାରମ୍ବାର ବୈଠକ ବସିଛି। ବଡ଼ଦାଣ୍ଡକୁ ଯେପରି ଅଧିକ ଗାଡ଼ି ପ୍ରବେଶ ନକରିବ, ତା ଉପରେ ଗୁରୁତ୍ୱ ଦିଆଯାଉଛି। ରଥଦାଣ୍ଡକୁ ସଂଲଗ୍ନ ରାସ୍ତା ଗୁଡ଼ିକର ପ୍ରସସ୍ତିକରଣ କରାଯିବା ନେଇ ଗୁରୁତ୍ୱ ଦିଆଯାଉଛି।

ସୂଚନା ଅନୁଯାୟୀ ପ୍ରଥମ ଦିନରେ ଚଳନ୍ତି ଭଣ୍ଡାର (ମହାପ୍ରଭୁଙ୍କ ନିତ୍ୟ ବ୍ୟବହାର ପାଇଁ ରଖାଯାଉଥିବା ଅଳଙ୍କାର)ରେ ଥିବା ରତ୍ନଅଳଙ୍କାର ଆଦିର ଗଣତିମଣତି ହୋଇଥିଲା ।

  • Related Posts

    ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ

    ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ସମ୍ପତ୍ତି ସଂକ୍ରାନ୍ତୀୟ ମିଥ୍ୟା ତଥ୍ୟ ଦେବେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଶୁକ୍ରବାର ଇ-ମେଲ୍‌ ଯୋଗେ ପଠାଇଛନ୍ତି। ଏଥିରେ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ପାଇଁ ବ୍ଲକ ଅଫିସ୍‌ ଯାଇଥିବା ସମୟରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ