ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମଦାହ ମାମଲା‌ରେ ୫୦୪ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କଲା କ୍ରାଇମବ୍ରାଞ୍ଚ

ବାଲେଶ୍ଵର,10/09: ମଙ୍ଗଳବାର ଦିନ ବହୁଚର୍ଚ୍ଚିତ ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମଦାହ ମାମଲା‌ରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଡିଜେଏମ୍‌ କୋର୍ଟରେ ମାମଲାର ତଦନ୍ତକାରୀ ଅଧିକାରୀ କ୍ରାଇମବ୍ରାଞ୍ଚ ଡିଏସ୍‌ପି ଇମନ୍‌ କଲ୍ୟାଣ ନାୟକ ଚାର୍ଜସିଟ୍‌ ଦାଖଲ କରିଛନ୍ତି। ଏହି ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣଙ୍କ ବିରୋଧରେ ୫୦୪ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କରାଯାଇଛି। ଚାର୍ଜସିଟ୍‌ରେ ୧୨୦ ଜଣ ସାକ୍ଷୀଙ୍କ ନାମ ମଧ୍ୟ ରହିଛି। ମାମଲାର ଠିକ୍‌ ୬୦ ଦିନରେ ୨ ଅଭିଯୁକ୍ତ ଏଫ୍‌ଏମ୍‌ କଲେଜ ବିଏଡ୍‌ ବିଭାଗର ତତ୍କାଳୀନ ବିଭାଗୀୟ ମୁଖ୍ୟ ସମୀର କୁମାର ସାହୁ ଏବଂ ତତ୍କାଳୀନ ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷଙ୍କ ବିରୋଧରେ ଅଭିଯୋଗ ଫର୍ଦ୍ଦ ଦାଖଲ ହୋଇଛି। ଅନ୍ୟ ଦୁଇ ଅଭିଯୁକ୍ତ ଏବିଭିପିର ରାଜ୍ୟ ଯୁଗ୍ମ ସମ୍ପାଦକ ତଥା ଉକ୍ତ କଲେଜର ପୂର୍ବତନ ଛାତ୍ର ଶୁଭ୍ରସମ୍ବିତ ନାୟକ ଏବଂ ଯୁକ୍ତ ୩ ଦ୍ବିତୀୟ ବର୍ଷ ଛାତ୍ର ଜ୍ୟୋତିପ୍ରକାଶ ବିଶ୍ବାଳଙ୍କ ବିରୋଧରେ ଆଜି ଚାର୍ଜସିଟ୍‌ ଦାଖଲ ହୋଇ ନଥିବା ଜଣାପଡ଼ିଛି। ବାଲେଶ୍ଵର ଏଫଏମ ଛାତ୍ରୀ ଆତ୍ମାହୁତି ମାମଲାରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ମଙ୍ଗଳବାର ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ଏସଡିଜେଏମ କୋର୍ଟରେ ୩୯୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଏଥିରେ ୧୨୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିବା ଦର୍ଶାଯାଇଛି। ସୂଚନାଯୋଗ୍ୟ, ଗତ ଜୁଲାଇରେ ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶି କଲେଜ କ୍ୟାମ୍ପସରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଜଣେ ଅଧ୍ୟାପକ ତାଙ୍କୁ ନିର୍ଯାତନା ଦେଉଥିବା ନେଇ ସେ ଅଭିଯୋଗ କରିଥିଲେ। କିନ୍ତୁ ତାଙ୍କୁ ନ୍ୟାୟ ନ ମିଳିବାରୁ ସେ ଏଭଳି ଚରମ ପଦକ୍ଷେପ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଏମସରେ ତାଙ୍କର ମୃତ୍ୟୁ ଘଟିଥିଲା।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ