ଏବିଭିପି ଯୋଜନା କରି ଫସେଇ ଦେଇଛି:ଉଦିତ ପ୍ରଧାନ

ଭୁବନେଶ୍ୱର: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ଗିରଫଦାରିକୁ ନେଇ ଘେରିଛି ବିଜେପି। ଏହି ସମୟରେ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ଉଦିତ ପ୍ରଧାନ। ସେ କହିଛନ୍ତି, ଏହା ବିଜେପି ସରକାରର ପ୍ଲାନ୍‌। ଏବିଭିପି ଯୋଜନା କରି ଫସେଇ ଦେଇଛି। ମେଡିକାଲ ରିପୋର୍ଟ ଆସିଲେ ସତ୍ୟତା ଜଣାପଡିବ। ଆଗକୁ ନିର୍ବାଚନ ଆସୁଛି, ସେଥିପାଇଁ ମୋତେ ଫସାଯାଉଛି। ସେ ଯୁବତୀ କିଏ ମୁଁ ଜାଣିନାହିଁ। ମେଡିକାଲ ରିପୋର୍ଟ ଆସିଲେ ସତ ଜଣାପଡିବ ବୋଲି କହିଛନ୍ତି ଉଦିତ।
ଅନ୍ୟପଟେ ଗିରଫ ପରେ ଜେଲ ଯାଇଛନ୍ତି ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରିଥିଲା କଂଗ୍ରେସ।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି।

  • Garvita Odia

    Related Posts

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ନୂଆଦିଲ୍ଲୀ : ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଦୁର୍ବୃତ୍ତଙ୍କ ପାଶବିକ ଅତ୍ୟାଚାରର ଶିକାର ହୋଇ ଜଳି ଯାଇଥିବା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍‌ସରେ ଭେଟିଛନ୍ତି ବିଜେଡିର ୪ ସାଂସଦ। ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ଡ. ସସ୍ମିତ ପାତ୍ର, ସୁଲତା ଦେଓ ଓ…

    ଉପରାଷ୍ଟ୍ରପତିଙ୍କ ଇସ୍ତଫା ଶୁଣି ବ୍ୟକ୍ତିଗତ ଭାବେ ମର୍ମାହତ: ସିବଲ

    ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ । ଧନଖଡ ତାଙ୍କ ଇସ୍ତଫା ପଛରେ ତାଙ୍କ ସ୍ୱାସ୍ଥ୍ୟ କାରଣ ଦର୍ଶାଇଛନ୍ତି । ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଧନଖଡଙ୍କ ଇସ୍ତଫା ପରେ, ବିରୋଧୀ ଏବେ…

    Leave a Reply

    Your email address will not be published. Required fields are marked *

    You Missed

    ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ‘ପାଇକ ବିଦ୍ରୋହ’  ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ପୁଅ ମାଡ଼ରେ ମାଆ ମୃତ

    ପୁଅ ମାଡ଼ରେ ମାଆ ମୃତ

    ହରିୟାଣାରେ ଭୂକମ୍ପ ଝଟକା

    ହରିୟାଣାରେ ଭୂକମ୍ପ ଝଟକା

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା,  କିଟ୍‌କୁ ଦାୟୀ କଲା ୟୁଜିସି

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା