ଏବେ ବର୍ଷସାରା ମହାନଦୀ ପଠାରେ ହେବ ମିନି ବାଲି ଯାତ୍ରା:ମନ୍ତ୍ରୀ

କଟକ: ଐତିହାସିକ କଟକ ବାଲିଯାତ୍ରା ପ୍ରତି ରହିଛି ରାଜ୍ୟବାସୀଙ୍କର ଅହେତୁକ ଆକର୍ଷଣ। ବର୍ଷକରେ ଥରେ ପଡ଼ୁଥିବା ଏହି ବାଲିଯାତ୍ରା ବୁଲିବାକୁ ଦୂରଦୂରାନ୍ତରୁ ଲୋକେ ଏଠାକୁ ଆସିଥାନ୍ତି। ମାତ୍ର ଏବେ ଆଉ ବର୍ଷଯାକ ଅପେକ୍ଷା କରିବାକୁ ପଡ଼ିବନି। କାରଣ ବର୍ଷସାରା ମହାନଦୀ ପଠାରେ ହେବ ମିନି ବାଲି ଯାତ୍ରା। ଆଉ ବର୍ଷକରେ ଥରେ ହେବ ପୂର୍ଣ୍ଣ ବାଲି ଯାତ୍ରା। ଗତକାଲି ଏପରି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । କଟକ ବାଲିଯାତ୍ରାର ଷଷ୍ଠ ସନ୍ଧ୍ୟାରେ ଗତ ରାତିରେ ବାଲି ଯାତ୍ରା ପରିଦର୍ଶନ କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଖୁବଶୀଘ୍ର ଆରମ୍ଭ ହେବ ମହାନଦୀ ରିଭର ଭିୟୁ ଫ୍ରଣ୍ଟ କାମ । ମହାନଦୀ ପଠାରେ ବର୍ଷ ତମାମ ଚାଲିବ ମିନି ବାଲିଯାତ୍ରା । ଚିତ୍ତବିନୋଦନ ପାଇଁ ହେବ ସ୍ଥାୟୀ ପ୍ରକଳ୍ପ । ଆମ୍ୟୁଜମେଣ୍ଟ ପାର୍କ, ବ୍ୟାପକ ଗଛ ଲଗାଯିବ । ଏଥିସହ ଫୁଟପାଥ, ଛୋଟପିଲାଙ୍କ ମନୋରଞ୍ଜନ ପାଇଁ ବ୍ୟବସ୍ଥା ରହିବ। ଏଥିସହ ସେ କହିଛନ୍ତି, ସାବରମତିରେ ଯେପରି ରିଭର ଫ୍ରଣ୍ଟ ହୋଇଛି ସେପରି ମହାନଦୀରେ ବି ହେବ । ବର୍ଷ ସାରା ଏଠାରେ ମିନି ବାଲିଯାତ୍ରା ହେବ । ବର୍ଷକରେ ଥରେ ପୂର୍ଣ୍ଣ ବାଲିଯାତ୍ରା ହେବ । ଏଥିନିମନ୍ତେ ଯୋଜନା ପ୍ରସ୍ତୁତ ହେଉଛି।

  • Related Posts

    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading
    ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

    ଭୁବନେଶ୍ୱର: ସାଇବର ଅପରାଧର ସଠିକ ମୁକାବିଲା, ଡିଜିଟାଲ ଫରେନ୍ସିକ୍ସରେ ଦକ୍ଷତା ବୃଦ୍ଧି ଏବଂ ବୈଜ୍ଞାନିକ ତଦନ୍ତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସର ସିଆଇଡି–କ୍ରାଇମବ୍ରାଞ୍ଚ ଏବଂ ରାଷ୍ଟ୍ରୀୟ ଫରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (NFSU), ଭୁବନେଶ୍ୱର ମଧ୍ୟରେ ଆଜି ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ