ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ

ବ୍ରହ୍ମପୁର: ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍‌ପିଟାଲରେରେ ପୁଣି ରାଗିଂ ଅଭିଯୋଗ । ଏମ୍‌ବିବିଏସ୍‌ ସିନିୟର ପିଲାମାନେ ଜୁନିୟରଙ୍କୁ ରାଗିଂ କରିଥିବା ନ୍ୟାସନାଲ ମେଡିକାଲ କାଉନ୍‌ସିଲ୍‌ ଆଣ୍ଟି ରାଗିଂ ସେଲ୍‌କୁ ଇ-ମେଲରେ ଅଭିଯୋଗ କରିଛନ୍ତି ବିଦ୍ୟାର୍ଥୀ । ଆଣ୍ଟି ରାଗିଂ ସେଲ୍‌ ଏମ୍‌କେସିଜି ଡିନ୍‌ଙ୍କୁ ଏ ନେଇ ଇ-ମେଲ କରିବା ପରେ ଏହାର ତଦନ୍ତ ଆରମ୍ଭ ହୋଇଛି । ସୋମବାର ଆଣ୍ଟି ରାଗିଂ ସେଲ୍‌ ବୈଠକ ହେବ ବୋଲି କହିଛନ୍ତି ରେଜିଷ୍ଟ୍ରାର ସଂଗ୍ରାମ ପଣ୍ଡା । ସିନିଅର ପୁଅ ଓ ଝିଅ ମାନେ ଜୁନିୟର ମାନଙ୍କୁ ରାଗିଂ କରି ଖାତା ଲେଖିବାକୁ ଦେଇଛନ୍ତି ବୋଲି ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ତଦନ୍ତ କରାଯାଇଛି । ରିପୋର୍ଟ ଆସିବା ପରେ ସତ୍ୟତା ଜଣାପଡିବ । ସୋମବାର କଲେଜରେ ଆଣ୍ଟି ରାଗିଂ ସେଲ ବୈଠକ ରଖାଯାଇଛି । ସେଠାକୁ ଜୁନିୟର ଓ ସିନିୟର ପିଲାଙ୍କୁ ମଧ୍ୟ ଡକାଯାଇଛି । ବେନାମୀ ଅଭିଯୋଗ ଥିବାରୁ କିଏ ଅଭିଯୋଗ କରିଛନ୍ତି ତାହା ମଧ୍ୟ ଜଣାପଡୁ ନାହିଁ । ଆଣ୍ଟି ରାଗିଂ ସେଲ ବୈଠକରେ ପିଲାଙ୍କୁ ବ୍ୟକ୍ତିଗତ ଭାବେ ଡାକି ପଚରାଯିବ ବୋଲି ରେଜିଷ୍ଟ୍ରାର କହିଛନ୍ତି ।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ