ଏମ୍‌ସ ଦିଲ୍ଲୀରେ ଭର୍ତ୍ତି ହେଲେ ବଳଙ୍ଗା ପୀଡ଼ିତା

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ଗତକାଲି ତିନି ଜଣ ଦୁର୍ବୃତ୍ତଙ୍କ ଦ୍ବାରା ଅଗ୍ନିକାଣ୍ଡର ଶିକାର ହୋଇ ଶରୀରର ପ୍ରାୟ ୭୫ ପ୍ରତିଶତ ପୋଡ଼ି ଯାଇଥିବା ପୀଡ଼ିତାଙ୍କୁ ଆଜି ଅପରାହ୍‌ଣରେ ଏମ୍ସ ଦିଲ୍ଲୀରେ ଭର୍ତ୍ତି କରାଯାଇଛି। ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସର ବର୍ଣ୍ଣ ୟନିଟ୍‌ରେ ଭର୍ତ୍ତି କରାଯାଇଛି।
ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଏହି କ୍ରମରେ ଆଜି ଏମ୍ସ ଭୁବନେଶ୍ବରରୁ ଗ୍ରୀନ୍‌ କରିଡରରେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ନିଆଯାଇଥିଲା। ଏହା ପରେ ଏୟାର ପୀଡିତା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଲା ପରେ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଏମ୍ସ ଦିଲ୍ଲୀରେ ପହଞ୍ଚିଥିଲେ।
ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ସର୍ବୋତ୍ତମ ଚିକିତ୍ସା ପାଇଁ ଆଜି ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି। ଏହି ଘଟଣାରେ ତ୍ୱରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି। ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି। ଦିଲ୍ଲୀ ଏମ୍ସରେ ପୀଡ଼ିତାଙ୍କ ପାଇଁ ବେଡ୍ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ପୀଡ଼ିତାଙ୍କୁ ଦିଲ୍ଲୀ ନିଆଯାଇଛି। ଏଥିଲାଗି ଗ୍ରିନ୍ କରିଡର୍‌ର ବ୍ୟବସ୍ଥା କରାଯାଇଥିଲା। ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ପୀଡ଼ିତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ