ଏମ୍ସ-ଦିଲ୍ଲୀ ଏୟାରଲିଫ୍ଟ ହୋଇପାରନ୍ତି ଅଭିଜିତ ମଜୁମଦାର

ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି। ଅଭିଜିତ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରର ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସାଧୀନ ଅଛନ୍ତି।
ସ୍ୱାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ ରବିବାର ଏମ୍ସ-ଭୁବନେଶ୍ୱର ପରିଦର୍ଶନ କରି ଅଭିଜିତଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଖବର ନେଇଛନ୍ତି। ସେ କହିଛନ୍ତି, “ଅଭିଜିତଙ୍କ ଅବସ୍ଥାରେ ସାମାନ୍ୟ ଉନ୍ନତି ହୋଇଛି। ତାଙ୍କ କିଡନୀ ଓ ଯକୃତର ସମସ୍ୟା ରହିଛି, ତେବେ ସେ ଏବେ ବି କୋମାରେ ଅଛନ୍ତି।” ଆବଶ୍ୟକ ହେଲେ ମଜୁମଦାରଙ୍କୁ ଉନ୍ନତ ଚିକିତ୍ସା ପାଇଁ ଏମ୍ସ-ଦିଲ୍ଲୀକୁ ଏୟାରଲିଫ୍ଟ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।ଅଗଷ୍ଟ ୨୭ରେ ଗଣେଶ ପୂଜା ସମୟରେ ସଙ୍ଗୀତ କାର୍ୟ୍ୟକ୍ରମରେ ସ୍ୱାସ୍ଥ୍ୟ ସମସ୍ୟା ଅନୁଭବ କରିବା ପରେ ମଜୁମଦାରଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲର ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ସେପ୍ଟେମ୍ବର ୪ରେ ତାଙ୍କୁ ଏମ୍ସ-ଭୁବନେଶ୍ୱରକୁ ରେଫର କରାଯାଇଥିଲା, ଯେଉଁଠାରେ ତାଙ୍କୁ ହାଇପରଟେନସନ, ହାଇପୋଥାଇରଏଡିଜମ ଓ କ୍ରନିକ ଯକୃତ ରୋଗ ସମେତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଚିହ୍ନଟ ହୋଇଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ