ଏସସିବି ଅଗ୍ନିକାଣ୍ଡ, ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଏସ୍‌ସିବି ଟ୍ରମା କେୟାର ସେଣ୍ଟର ICUରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୦ ରୋଗୀଙ୍କ ଜୀବନ ଯାଇଥିବାବେଳେ ୧୧ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଭାବନୀୟ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ କମିଶନର । ତେବେ ଘଟଣାକୁ ନେଇ ଶୋକପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା । ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ନବୀନ।

ସେ ଟ୍ୱିଟ୍ କରି ଲେଖିଛନ୍ତି, କଟକ ଏସ୍‌ସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ଏଥିସହ ଅଗ୍ନିକାଣ୍ଡରେ ଗୁରୁତର ଆହତ ହୋଇଥିବା ଲୋକଙ୍କ ଆଶୁଆରୋଗ୍ୟ କାମନା କରୁଛି। ରାଜ୍ୟ ସରକାର ସମସ୍ତ ଆହତଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ସୁନିଶ୍ଚିତ କରନ୍ତୁ। ଘଟଣାସ୍ଥଳରେ ପହଞ୍ଚି ସହାୟତା ଯୋଗାଇ ଦେବାକୁ କଟକର ମେୟର ଏବଂ ଟାଙ୍ଗୀ ଚୌଦ୍ୱାର ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛି।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ