ଏସିଆ କପ୍‌ : ଚଳିତମାସ ୩ୟ ସପ୍ତାହରେ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ୟୁଏଇରେ ହେବାକୁ ଥିବା ଏସିଆ କପ୍‌ ପାଇଁ ଭାରତୀୟ ଦଳର ଘୋଷଣା ଚଳିତମାସ ୩ୟ ସପ୍ତାହରେ ହେବ। ଏହି ଟ୍ବେଣ୍ଟି୨୦ ଟୁର୍ଣ୍ଣାମେଣ୍ଟ ପାଇଁ ଭାରତୀୟ ଦଳରେ ଶୁଭମନ ଗିଲ୍‌, ଯଶସ୍ବୀ ଜୟସୱାଲ ଓ ସାଇ ସୁଦର୍ଶନଙ୍କ ପରି ଯୁବ ବ୍ୟାଟ୍‌ସମ୍ୟାନଙ୍କୁ ସୁଯୋଗ ମିଳିପାରେ ବୋଲି ବିସିସିଆଇ ମଧ୍ୟସ୍ଥ ସୂତ୍ରରୁ ପ୍ରକାଶ। ଭାରତୀୟ ଦଳର ବ୍ୟସ୍ତ କାର୍ଯ୍ୟସୂଚୀ ଯୋଗୁଁ ଏକ ବର୍ଷରୁ ଅଧିକ ସମୟ ହେଲା ଯଶସ୍ବୀ ଓ ଗିଲ୍‌ ଆନ୍ତର୍ଜାତିକ ଟ୍ବେଣ୍ଟି୨୦ ଖେଳିନାହାନ୍ତି। ଗତବର୍ଷ ଘରୋଇ ଶ୍ରୀଲଙ୍କା ବିପକ୍ଷରେ ଦୁହେଁ ଭାରତ ପାଇଁ ସେମାନଙ୍କ ଶେଷ ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳିଥିଲେ। ଏସିଆ କପ୍‌ ସେପ୍ଟେମ୍ବର ୮ରୁ ୟୁଏଇର ଦୁଇ ସହର ଦୁବାଇ ଓ ଆବୁଧାବିରେ ଖେଳାଯିବ। ଏହାର ଖେଳସୂଚୀ ଘୋଷଣା ହୋଇସାରିଛି।
ତେବେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ଶୃଙ୍ଖଳା ପରେ ଉଭୟ ଶୁଭମନ ଗିଲ୍‌, ଯଶସ୍ବୀ ଜୟସୱାଲ ମାସାଧିକ ସମୟ ବିଶ୍ରାମ ପାଇଥିବାରୁ ଉଭୟଙ୍କୁ ଏସିଆ କପ୍‌ ଦଳରେ ସ୍ଥାନ ଦେବାକୁ ମନୋନୟନ କମିଟି ନିଷ୍ପତ୍ତି ନେଇଛି ବୋଲି ଉକ୍ତ ସୂତ୍ରରୁ ପ୍ରକାଶ। ଏସିଆ କପ୍‌ର ଫାଇନାଲ ମ୍ୟାଚ୍‌ ୨୮ ପର୍ଯ୍ୟନ୍ତ ଖେଳାଯିବ। ଏହାର ୪ ଦିନ ପରେ ୱେଷ୍ଟଇଣ୍ଡିଜ ବିପକ୍ଷ​‌େ​‌ର ଭାରତ ଘରୋଇ ଟେଷ୍ଟ ଶୃଙ୍ଖଳା ଖେଳିବ। ଏହାର ପ୍ରଥମ ଟେଷ୍ଟ ଅକ୍ଟୋବର ୨ରୁ ଅହମ୍ମଦାବାଦରେ ଆରମ୍ଭ ହେବ। ତେଣୁ ଭାରତୀୟ ଟେଷ୍ଟ ଦଳର ବିଶେଷଜ୍ଞଙ୍କୁ ଏସିଆ କପ୍‌ରେ ଖେଳାଯିବ କି ନାହିଁ; ତାହାକୁ ନେଇ ଅଜିତ ଆଗରକର ନେତୃତ୍ବାଧୀନ ମନୋନୟନ କମିଟି ବିଚାର କରୁଛି। ତେବେ ଏସିଆ କପ୍‌ରେ ଶୁଭମନ ଗିଲ୍‌, ଯଶସ୍ବୀ ଜୟସୱାଲ ଓ ସାଇ ସୁଦର୍ଶନଙ୍କୁ ସୁଯୋଗ ମିଳିବା ନିଶ୍ଚିତ ବୋଲି ଜଣାପଡ଼ିଛି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ