ଏସୀୟ ଟେବୁଲ୍ ଟେନିସ ଟିମ୍ ଚମ୍ପିୟାନସିପ ପାଇଁ ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଶୁଭ ଉଦ୍ଘାଟନ

ଭୁବନେଶ୍ୱର,7/11 : ଚଳିତ ମାସ ୧୧ ତାରିଖରୁ ୧୫ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ହେବ ୨୮ତମ ଏସୀୟ ଟେବୁଲ୍ ଟେନିସ୍ ଟିମ୍ ଚାମ୍ପିଅନସିପ୍ । ଏନେଇ ଆଜି କଳିଙ୍ଗ ଷ୍ଟାଡିୟମର ଇଣ୍ଡୋର୍ ଆଥେଲେଟ୍ସିକ ସେଣ୍ଟରଠାରେ ମାନ୍ୟବର ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ଵାର ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଶୁଭ ଉଦ୍ଘାଟନ ହୋଇଛି । ଆଗାମୀ ଦିନରେ ହେବାକୁ ଥିବା ଏହି ପ୍ରତିଯୋଗିତା ପାଇଁ କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରଫି ପରିଭ୍ରମଣ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଯେଉଁଥିରେ ଟ୍ରଫି ଟୁର ବସ ଏବଂ ମାସ୍କଟ ‘ଅଲି’ ଶୋଭାଯାତ୍ରାରେ ସାମିଲ୍ ହୋଇ ଅନୁଷ୍ଠିତ ହେବାକୁ ଥିବା ଆଟିଟିଏଫ୍ – ଏଟିଟିୟୁ ଏସୀୟ ଟେବୁଲ ଟେନିସ୍ ଟିମ୍ ଚାମ୍ପିଅନସିପ୍ ସମ୍ପର୍କରେ ଜନସାଧରଣରେ ଅବଗତ କରାଇବେ। ଆଜିର ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ, କ୍ରୀଡା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, କ୍ରୀଡ଼ା ବିଭାଗ ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ , ଓଡ଼ିଶା ଟେବୁଲ୍ ଟେନିସ ସଂଘର ସଂଗଠନ ସମ୍ପାଦକ ରବିନ୍ଦ୍ର ପରିଡ଼ା ଏବଂ ଯୁଗ୍ମ ସଚିବ ଜୟଦିଥ ଦେବତା ପ୍ରମୁଖ ଯୋଗ ଦେଇଥିଲେ।

  • Related Posts

    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading
    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ