ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ‘ପ୍ରାରମ୍ଭ-ଦ ବିଗିନିଂ’ ଅନୁଷ୍ଠିତ

ଭୁବନେଶ୍ୱର,୩/୧୧:ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ -୨ ଫୁଲନଖରାରେ ସୋମବାର ୨୦୨୫-୨୬ ପ୍ରଥମ ବ୍ୟାଚର ନୂତନ ବି ଫାର୍ମା ଛାତ୍ରଛାତ୍ରୀଙ୍କର ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଆର୍‌ଏନ୍‌ଡି ଲାବୋରେଟୋରୀସ୍ ପ୍ରାଇଭେଟ ଲିମିଟେଡ୍‌ର ନିର୍ଦ୍ଦେଶକ ତଥା କାଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବେନ୍ଦ୍ର ନାଥ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫାର୍ମାସୀ ଏକ ମହାନ ବୃତି ବୋଲି କହିଥିଲେ । ଜଣେ ଫାର୍ମାସିଷ୍ଟ ସ୍ୱାସ୍ଥ୍ୟ ସେବା ସହ ସମାଜର ହିତ ସାଧନ କ୍ଷେତ୍ରରେ କାର୍ଯ୍ୟ କରିଥାଏ ବୋଲି କହିବା ସହ ବର୍ତମାନ ସମୟରେ ଫାର୍ମାସୀ ଭଳି ବୃତିଗତ ଶିକ୍ଷାର ବେଶ ଚାହିଦା ଥିବାରୁ ଛାତ୍ରଛାତ୍ରୀମାନେ ଫାର୍ମାସୀ ପାଠ୍ୟକ୍ରମ ପ୍ରତି ଅଧିକ ମାତା ୍ରଆଗ୍ରହ ଦେଖାଉଛନ୍ତି ବୋଲି ଶ୍ରୀ ଦାସ କହିଥିଲେ । କୋଭିଡ ସମୟରେ ଫାର୍ମାସିଷ୍ଟମାନେ ଯୋଦ୍ଧା ଭାବେ କାର୍ଯ୍ୟ କରିଥିଲେ । କଠିନ ପରିଶ୍ରମ, ସମୟାନୁବର୍ତୀତା, ନୈତିକତା ଓ ମୂଲ୍ୟବୋଧ ଛାତ୍ରଛାତ୍ରୀ ମାନଙ୍କ ଠାରେ ରହିବା ଉଚିତ୍ ବୋଲି ସେ ପରାମର୍ଶ ଦେଇଥିଲେ । ସେହିପରି ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ ଦେଶର ଶ୍ରେଷ୍ଠ ୧୫ତମ ବିଶ୍ୱବିଦ୍ୟାଳୟ ଭାବେ ପରିଚିତ ସୋଆକୁ ଅଧ୍ୟୟନ କରିବାକୁ ଚୟନ କରିଥିବା ଫାର୍ମାସୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍‌-୨ର ଡିନ୍ ପ୍ରଫେସର (ଡାକ୍ତର) ଅରକ୍ଷିତ ସ୍ୱାଇଁ, ଏସପିଏସ୍ -୧ ଏବଂ ଏସ୍‌ପିଏସ୍‌-୨ର ଉପଦେଷ୍ଟା ପ୍ରଫେସର (ଡକ୍ଟର) ସୁଦାମ ଚରଣ ସି, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉପସ୍ଥିତ ରହି ନୂତନ ବର୍ଷର ଛାତ୍ରଛାତ୍ରୀଙ୍କ ଅଭିନନନ୍ଦନ ଜଣାଇବା ସହ ନିଜର ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଫାର୍ମାସୀ-୨ର ଡିନ୍ ପ୍ରଫେସର ଦୁର୍ଗାମାଧବ କର ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପ୍ରଫେସର (ଡକ୍ଟର) ଲକ୍ଷ୍ମୀଧର ମହାରଣା କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଫାର୍ମାସୀ ପାଠ୍ୟକ୍ରମ ଓ ସୋଆ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ । ଏସ୍‌ପିଏସ୍‌-୨ର ଆସିଷ୍ଟାଂଟ ପ୍ରଫେସର ମୋନାଲିସା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

Related Posts

ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

Continue reading
ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ