ଏସ୍‌ସିବି ଅଗ୍ନିକାଣ୍ଡ: ୧୦ ମୃତ

କଟକ: କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ମେଡିକାଲର ଏକ ୱାର୍ଡରେ ନିଆଁ ଲାଗି ୧୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକମାନେ ହେଲେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ୍‌.ଡି ନ୍ୟୁମ, ଗୌରାଙ୍ଗ ବାରିକ,ଏସ୍‌ କେ ଅବଦୁଲ୍ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା ଏବଂ ମେନକା ରାଉତ। ଟ୍ରମା କେୟାର ଆଇସିୟୁରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ପରେ ଆଇସିୟୁରେ ସାଂଘାତିକ ସ୍ଥିତି ଉପୁଜିଥିଲା।

ସେଠାରେ ସେହି ସମୟରେ ପ୍ରାୟ ୨୨ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା। ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି । ଖବର ପାଇ ଅଗ୍ନିଶମ ବାହିନୀର ଏକାଧିକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ୟ୍ୟ ଜାରି ରଖିଥିଲେ। ସେପଟେ ମୁଖ୍ୟମନ୍ତ୍ରୀ ମେଡିକାଲ ବୁଲି ଦେଖିବା ପରେ ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଇଥିବାବେଳେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କରିଛନ୍ତି।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ