ଓଏଏସ୍ (କନିଷ୍ଠ ବର୍ଗ), ଓଆରଏସ୍ ଅଧିକାରୀଙ୍କ ପାଇଁ ନୂତନ ବଦଳି ନୀତି

ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନକୁ ଅଧିକ ପ୍ରଭାବଶାଳୀ, ସ୍ଵଚ୍ଛ ଓ ଦାୟିତ୍ବସମ୍ପନ୍ନ କରିବା ଉଦ୍ଦେଶ୍ୟରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଓଡିଶା ପ୍ରଶାସନିକ ସେବା (ଓଏଏସ୍) ଗ୍ରୁପ–ଏ (କନିଷ୍ଠ ବର୍ଗ) ଏବଂ ଓଡ଼ିଶା ରାଜସ୍ୱ ସେବା (ଓଆରଏସ୍) ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ସମ୍ପର୍କିତ ନୀତି ଜାରି କରାଯାଇଛି। ରାଜ୍ଯ ସରକାରଙ୍କ ନିଷ୍ପତ୍ତି କ୍ରମେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ ଅରବିନ୍ଦ ପାଢ଼ୀ ଏହି ନିର୍ଦ୍ଦେଶ ଜାରି କରିଛନ୍ତି l
ନୂତନ ନିୟମ ଅନୁଯାୟୀ, ପ୍ରତିବର୍ଷ ୧୫ ଏପ୍ରିଲ୍ ଠାରୁ ୧୫ ଜୁନ୍ ମଧ୍ୟରେ ସାଧାରଣ ବଦଳି କାର୍ଯ୍ୟ ସମ୍ପାଦିତ ହେବ। ଏହା ବ୍ୟତୀତ ଅନ୍ୟ ସମୟରେ ବଦଳି ପାଇଁ ଉଚ୍ଚତର କର୍ତ୍ତୃପକ୍ଷଙ୍କ ଅନୁମୋଦନ ଆବଶ୍ୟକ ହେବ। ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ପଦବିରେ ରହିବା ସମୟ ସର୍ବନିମ୍ନ ୨ ବର୍ଷ ଓ ସର୍ବାଧିକ ୩ ବର୍ଷ ହେବ। ତେବେ ପ୍ରଶାସନିକ ଆବଶ୍ୟକତା ଏବଂ ଜନସ୍ଵାର୍ଥ ପରିପ୍ରେକ୍ଷୀରେ ଏହାର ପୁନର୍ବିଚାର ହୋଇପାରିବ। ବଦଳି ଆଦେଶ ପାଇବାର ୭ ଦିନ ମଧ୍ୟରେ ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କୁ ଉପର ଅଧିକାରୀଙ୍କ ଦ୍ୱାରା ରିଲିଫ୍ କରାଯିବ; ନହେଲେ ଅଷ୍ଟମ ଦିନରୁ ଆଦେଶକ୍ରମେ ରିଲିଭ୍ ହୋଇଛନ୍ତି ବୋଲି ଧରାଯିବ। ଅଧିକାରୀମାନେ ନୂତନ ପୋଷ୍ଟିଂ ସ୍ଥାନରେ ୭ ଦିନ ମଧ୍ୟରେ ଯୋଗଦେବାକୁ ପଡିବ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ