ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଆଜି ରିମାଣ୍ଡରେ ଆସିବେ ରାମ୍‌ଜୀ -ସନାତନ

କଟକ: ସ୍ଵତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଆଜି ରିମାଣ୍ଡରେ ଆସିବେ। ଚୌଦ୍ଵାର ଜେଲ୍‌ରୁ ବଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ। ଉଭୟ ପ୍ରଶ୍ନପତ୍ର ପ୍ରଘଟରେ କେଉଁ ଭୂମିକା ନିଭାଇ ଥିଲେ। କିଭଳି ଏହି କାରବାରରେ ସମ୍ପୃକ୍ତ ହେଲେ, ଏଥିପାଇଁ ତାଙ୍କୁ କେତେ ଟଙ୍କା ଟଙ୍କା ମିଳିଛି ଏବଂ ଆଉ କିଏ କିଏ ସମ୍ପୃକ୍ତ ରହିଛନ୍ତି, ସେଥିନେଇ ବିଭିନ୍ନ ପ୍ରଶ୍ନ ଉପରେ କ୍ରାଇମବ୍ରାଞ୍ଚ ଜେରା କରିବ।ଏବେ ବି ଓଟିଇଟି ତଦନ୍ତ ପ୍ରକ୍ରିୟା ଜାରି ରହିଛି। କ୍ରାଇମବ୍ରାଞ୍ଚ ପ୍ରଥମ ପର୍ୟ୍ୟାୟରେ ସାଢେ ତିନି ଲକ୍ଷ ଟଙ୍କା କାରବାର ହୋଇଥିବା ଜାଣିବାକୁ ପାଇଥିଲା। ରାମ୍‌ଜୀ ଏବଂ ସନାତନଙ୍କୁ ରିମାଣ୍ଡରେ ଆଣିବାକୁ କଟକ ଜେଏମଏଫସି-୩ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି। ବାଦାମବାଡ଼ି ଅଞ୍ଚଳର ଜଣେ ବ୍ୟବସାୟ ହୋଇଥିବାବେଳେ ସନାତନ ହେଉଛନ୍ତି କୋରାପୁଟ ଏକ୍ସ- କ୍ୟାଡର ଶିକ୍ଷକ ସଂଘର ସଭାପତି।

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ