ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ୨୫ରେ ସମସ୍ତ ଅଭିଯୁକ୍ତଙ୍କ ଜାମିନ ଶୁଣାଣି

କଟକ: ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ର ପୂର୍ବତନ ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତିଙ୍କ ସହିତ ଅନ୍ୟ ଅଭିଯୁକ୍ତଙ୍କ ହାଇକୋର୍ଟରେ ଜାମିନ ଶୁଣାଣି ଘୁଞ୍ଚିଛି। ଜଷ୍ଟିସ୍‌ ଗୌରୀଶଙ୍କର ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଶ୍ରୀ ମହାନ୍ତି, ବୋର୍ଡର ଡାଟାଏଣ୍ଟ୍ରି ଅପରେଟର୍ ଜିତନ ମହାରଣା, ବିଜୟ କୁମାର ମିଶ୍ର, ରାମଜୀପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ, ପ୍ରଶାନ୍ତ କୁମାର ଖମାରୀ, ସନାତନ ବିଶୋୟୀଙ୍କ ନିୟମିତ ଜାମିନ ଆବେଦନ ଗୁଡ଼ିକର ଏକତ୍ର ଶୁଣାଣି ହୋଇଥିଲା। ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଗିରଫ ହୋଇ ଜେଲ୍‌ରେ ଥିବା ଜୟନ୍ତ କୁମାର ରାଉତଙ୍କ ଜାମିନ ଆବେଦନର ଶୁଣାଣି ସେପ୍ଟେମ୍ବର ୨୫କୁ ଧାର୍ୟ୍ୟ ହୋଇଥିବା ସ୍ପଷ୍ଟ ହୋଇଥିଲା।

ଫଳରେ ସମସ୍ତ ନିୟମିତ ଜାମିନ ଆବେଦନ ସେପ୍ଟେମ୍ବର ୨୫ରେ ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ସମୟରେ କେସ୍ ଡାଏରି ଦାଖଲ କରିବା ସହିତ ତଦନ୍ତର ସାନି ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ ଯେ ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ କ୍ରାଇମବ୍ରାଞ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ର ପୂର୍ବତନ ଉପସଭାପତି ଶ୍ରୀ ମହାନ୍ତିଙ୍କ ସହିତ ବୋର୍ଡର ଡାଟାଏଣ୍ଟ୍ରି ଅପରେଟର୍ ଜିତନ ମହାରଣା ଓ ଅନ୍ୟମାନଙ୍କୁ ଗିରଫ କରିଥିଲା। କଟକ ଅତିରିକ୍ତ ‌ଦୌରାଜଜ୍ ଅଦାଲତରେ ଜାମିନ ଖାରଜ ହେବା ପରେ ଶ୍ରୀ ମହାନ୍ତି ଓ ଅନ୍ୟ ଅଭିଯୁକ୍ତମାନେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    One thought on “ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ୨୫ରେ ସମସ୍ତ ଅଭିଯୁକ୍ତଙ୍କ ଜାମିନ ଶୁଣାଣି”

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ