ଓଡ଼ିଆରେ ନାମଫଳକ ନଥିଲେ ମାଲିକଙ୍କ ନାଁରେ ହେବ ମୋକଦ୍ଦମା: ଶ୍ରମ ମନ୍ତ୍ରୀ

ଭୁବନେଶ୍ୱର,23/09: ଓଡ଼ିଆରେ ନାମ ଫଳକ ନଲେଖିଲେ ହେବ ମୋକଦ୍ଦମା। ଖିଲାପକାରୀ ୧୦୦ ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ନାଁରେ ହେବ ମୋକଦ୍ଦମା। ୧୬୦୬ ପ୍ରତିଷ୍ଠାନକୁ ଓଡ଼ିଆରେ ନାମଫଳକ ଲେଖା ନ ଥିବାରୁ ନୋଟିସ୍ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୮ ମୋକଦ୍ଦମା ରୁଜୁ କରାଯାଇଛି।ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ମନ୍ତ୍ରୀଙ୍କ ସୂଚନା ମୁତାବକ ଓଡିଆରେ ନାମ ଫଳକ ଲେଖା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନବରତ ଚେଷ୍ଟା ଜାରି ରହିଛି। ବିଗତ ଏପ୍ରିଲ ୧ରୁ ୧୫ ମଧ୍ଯରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଓଡ଼ିଆ ଭାଷାରେ ନାମ ଫଳକ ପ୍ରଦର୍ଶନ ସୁନିଶ୍ଚିତ କରିବା ନିମନ୍ତେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ଓଡ଼ିଆ ଭାଷାରେ ‘ ନାମ ଫଳକ ଅଭିଯାନ’ ମାଧ୍ୟମରେ ରାଜ୍ୟବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହାରି ଭିତରେ ଝାରସୁଗୁଡ଼ା ୨୩୭, ଖୋର୍ଦ୍ଧାରେ ୨୦୧ ବ୍ୟବସାୟ ପ୍ରତିଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ଏଯାବତ୍ ମୋଟ ୨୮୫୨ ଗୋଟି ପ୍ରତିଷ୍ଠାନରେ ଓଡିଆ ଭାଷାରେ ନାମଫଳକ ପ୍ରଦର୍ଶନ ନିମନ୍ତେ ନିରୀକ୍ଷଣ କରାଯାଇଛି । ଏହା ମଧ୍ୟରୁ ୧୬୦୬ ଗୋଟି ପ୍ରତିଷ୍ଠାନରେ ଓଡିଆ ଭାଷାରେ ନାମଫଳକ ନଥିବା କାରଣରୁ ପ୍ରତିଷ୍ଠାନର ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି । ଓଡ଼ିଆରେ ନାମ ଫଳକ ଲେଖିବା ନିୟମକୁ କଡ଼ାକଡ଼ି ଭାବେ ପାଳନ କରୁଛନ୍ତି ରାଜ୍ୟ ସରକାର।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ