ଓଡ଼ିଆରେ ପଢ଼ା ହେବ +୨ ବିଜ୍ଞାନ

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତିକ୍ରମେ ଓଡ଼ିଶା ଅଧ୍ୟୟନ ଓ ଗବେଷଣା ସଂସ୍ଥା ଦ୍ୱାରା ପ୍ରସ୍ତୁତ +୨ (ଏକାଦଶ ଓ ଦ୍ୱାଦଶ ଶ୍ରେଣୀ) ବିଜ୍ଞାନ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ପଢ଼ିବା ପାଇଁ ଉତ୍ସାହ ସୃଷ୍ଟି କରିଛି। ଗଣଶିକ୍ଷା ବିଭାଗ ନିର୍ଦେଶ ଅନୁଯାୟୀ, ରାଜ୍ୟର ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କ ମାଧ୍ୟମରେ ୭୦୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଠାଗାରକୁ ଓଡ଼ିଆରେ ରଚିତ ବିଜ୍ଞାନ ପାଠ୍ୟପୁସ୍ତକ ଯୋଗାଇ ଦିଆଯାଇଛି। ଏଥିସହ ଅଧ୍ୟକ୍ଷ ଓ ବିଜ୍ଞାନ ଶିକ୍ଷକଙ୍କ ନିମନ୍ତେ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥାର ଗବେଷକ ଓ ବରିଷ୍ଠ ଅଧିକାରୀମାନେ ପ୍ରତି ଜିଲାର ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଓଡ଼ିଆ ଭାଷାରେ ବିଜ୍ଞାନ ଶିକ୍ଷାର ଉପାଦେୟତା ଓ ଆବଶ୍ୟକତା ସମ୍ପର୍କରେ ତଥ୍ୟ ଓ ତତ୍ତ୍ୱ ଉପସ୍ଥାପନ କରିଥିଲେ। ଓଡ଼ିଆରେ +୨ ବିଜ୍ଞାନ ଶିକ୍ଷାକୁ ବ୍ୟାପକ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବାବେଳେ ନାମଲେଖା ଫର୍ମପୂରଣ ବେଳେ ଛାତ୍ରଛାତ୍ରୀ ବିଜ୍ଞାନ ବିଷୟକୁ ପ୍ରଥମ ପସନ୍ଦ ଭାବରେ ଗ୍ରହଣ କରିବାକୁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥାର ସଦସ୍ୟ ସଚିବ ଡ. ସୁବ୍ରତ ପୃଷ୍ଟି ପରାମର୍ଶ ଦେଇଛନ୍ତି।ଶିକ୍ଷାବିତ୍ ତଥା ସଂସ୍ଥାର ଗବେଷଣା ବିଭାଗ ସଂଯୋଜକ ନୀରଦ ବରଣ ଖୁଣ୍ଟିଆ କହିଥିଲେ, ଦଶମ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସାରା ରାଜ୍ୟରେ ଓଡ଼ିଆ ସାଥୀମାନେ କାର୍ଯ୍ୟ କରୁଛନ୍ତି। ଓଡ଼ିଆରେ ନିଟ୍ ଓ ଜେଇଇ ପରୀକ୍ଷା ପ୍ରଶ୍ନପତ୍ର ଆସୁଥିବାରୁ ଓଡ଼ିଆରେ ବିଜ୍ଞାନ ପଢୁଥିବା ପିଲା ସହଜରେ ଡାକ୍ତର ଓ ଇଞ୍ଜିନିୟର ହୋଇପାରିବେ। ପ୍ରକଳ୍ପ ନିର୍ଦେଶକ ବିଜୟ ପ୍ରଧାନ କହିଥିଲେ, ପ୍ରତିବର୍ଷ ସାଢ଼େ ୫ ଲକ୍ଷ ପିଲା ଓଡ଼ିଆ ମାଧ୍ୟମରେ ଦଶମ ପଢୁଥିଲେ ବି ଇଂରାଜୀ ଭାଷାକୁ ଭୟ କରି +୨ ଶ୍ରେଣୀରେ ବିଜ୍ଞାନ ବିଷୟକୁ ପ୍ରଥମ ପସନ୍ଦ କରୁ ନ ଥିବାରୁ ପ୍ରାୟ ୮୦ ହଜାର ଆସନ ଖାଲି ପଡୁଛି। ଏହି ଭୟକୁ ଦୂର କରିବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷରା ସଂସ୍ଥା ଓଡ଼ିଆରେ ଇଞ୍ଜିନିୟରିଂ ବହି ପ୍ରସ୍ତୁତ କରିବା ପରେ ଏବେ +୨ ବିଜ୍ଞାନ ବହି ପ୍ରସ୍ତୁତ କରିଛି। ଅନ୍ୟତମ ପ୍ରକଳ୍ପ ନିର୍ଦେଶକ ସଚ୍ଚିକାନ୍ତ ପ୍ରଧାନ କହିଥିଲେ, ଓଡ଼ିଆ ମାଧ୍ୟମ ଶିକ୍ଷାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା +୨ ବିଜ୍ଞାନ ପୁସ୍ତକ, ଇଞ୍ଜିନିୟରିଂ ପାଠ୍ୟପୁସ୍ତକ, ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ସମ୍ବନ୍ଧିତ ପୁସ୍ତକ ଓଡ଼ିଆରେ ପ୍ରସ୍ତୁତ କରୁଛି।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ