ଓଡ଼ିଆ ନବବର୍ଷ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣାସଂକ୍ରାନ୍ତି ଓ ଓଡିଆ ନବବର୍ଷ । ଆଜି ଓଡିଆ ନବବର୍ଷ ଉପଲକ୍ଷେ ନୂତନ ପଞ୍ଜିକାର ଶୁଭାରମ୍ଭ ହୁଏ । ପ୍ରତ୍ୟେକ ଓଡିଆ ଏହି ଦିନକୁ ଖୁବ୍ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି । ଓଡିଆ ପରମ୍ପରା ଅନୁଯାୟୀ ପଣାସଂକ୍ରାନ୍ତି ଅବସରରେ ଘରେ ଘରେ ପଣା ପ୍ରସ୍ତୁତ କରାଯାଏ । ଏହା ସହିତ ଆଜିର ଦିନରେ ହନୁମାନ ଜୟନ୍ତୀ ମଧ୍ୟ ପାଳିତ ହୋଇଥାଏ ।
ପଣା ସଂକ୍ରାନ୍ତି ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ନିଜ X ପୋଷ୍ଟରେ ଉଲ୍ଲେଖ କରି କହିଛନ୍ତି, “ଆମ ପରମ୍ପରାର ଗର୍ବ ଓ ଓଡ଼ିଆ ସ୍ୱାଭିମାନର ପର୍ବ ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା । ଆସନ୍ତୁ, ଏହି ଶୁଭ ମୁହୂର୍ତ୍ତରେ ଆମ ଭାଷା, ସଂସ୍କୃତି ଏବଂ ସମୃଦ୍ଧ ଐତିହ୍ୟକୁ ଆଗକୁ ବଢ଼ାଇବା ପାଇଁ ବ୍ରତୀ ହେବା ।”

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ