ଓଡ଼ିଶାରେ ଆଉ ୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଓଡିଶା ଉପକୂଳ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଆଜି ଏହା ସାରା ଓଡ଼ିଶାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିବ । ଆଜି ସାରା ଓଡ଼ିଶାରେ ବର୍ଷା ସହ କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର ଓ ବରଗଡ଼ ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହାସହ ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ରାଜ୍ୟରେ ଲଘୁଚାପ ପ୍ରଭାବରେ ଜାରି ରହିଛି ବର୍ଷା । ଆହୁରି ତିନି ଦିନ ବର୍ଷିବା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟକୁ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ସେହିପରି ଆସନ୍ତାକାଲି ରାଜ୍ୟର କିଛି କିଛି ଅଂଚଳରେ ବର୍ଷା ହେବ ସହ ସୋନପୁର ସମ୍ବଲପୁର ଝାରସୁଗୁଡା ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ଲଘୁଚାପ ପ୍ରଭାବରେ ୩୦ ତାରିଖ ଯାଏ ବର୍ଷା ହେବାର ସମ୍ଭାବନ ଥିବା ବେଳେ ପରେ ପାଗରେ ପରିବର୍ତ୍ତନ ଆସିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ମେଘୁଆ ପାଗରେ ଓ ପବନର ବେଗ ନେଇ ସମୁଦ୍ର ଅଶାନ୍ତ ରହିବ । ଫଳରେ ଆହୁରି ୨୪ ଘଣ୍ଟା ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ପରେ ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଗାମୀ ୩୧ ତାରିଖ ପର୍ୟ୍ୟନ୍ତ ବର୍ଷା ରାଜ୍ୟରେ ଲାଗି ରହିବା ନେଇ ଚେତାବନୀ ଦେଇଥିଲା ପାଣିପାଗ ବିଭାଗ ।

  • Related Posts

    ମହାନଦୀ ଜଳ ବିବାଦ: ୨୦ରେ ପରବର୍ତ୍ତୀ ଶୁଣାଣି

    ଭୁବନେଶ୍ବର: ମହାନଦୀ ପାଣିକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ କରିଥିଲେ। ମାର୍ଚ୍ଚ ୧୨, ୨୦୧୮ରେ ଏହି ଟ୍ରିବ୍ୟୁନାଲ ଗଠନ ହୋଇଥିଲେ ହେଁ…

    Continue reading
    ସରିଲା ବାହାର ରତ୍ନଭଣ୍ଡାର ଗଣତି

    ପୁରୀ:ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ୟ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ ମେଳକ କରାଯାଇଥିଲା। ସେତେବେଳେ ୧୧୮ ପ୍ରକାର ଅଳଙ୍କାର ଥିବାବେଳେ ଏବେ ତାହା ୧୪୭ରେ ପହଞ୍ଚିଛି । ମୁଖ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ