ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍‌

ଓଡ଼ିଶା ମାଟିରେ ପାଦ ଦେଲା ଗୋଟିଏ ଇଲେକ୍ଟ୍ରି ଡବଲ ଡେକର ବସ୍‌। ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ଏହି ବସ୍‌କୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। କାରଣ ଏଥିରେ ରହିଛି ଓଡ଼ିଶାର କଳା, ସଂସ୍କୃତିର ଝଲକ ।

ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରି ଡବଲ ଡେକର ଓଡ଼ିଶା ଅଭିମୁଖେ ବାହାରିଛି। ଗତ ୨୮ ତାରିଖରେ ଦୁଇଟି ବସ୍‌ ବାହାରିଥିବା ବେଳେ ସେଥିରୁ ଗୋଟିଏ ବସ୍‌ ଆଜି ବ୍ରହ୍ମପୁରରେ ପହଞ୍ଚିଛି। ବ୍ରହ୍ମପୁରରେ କିଛି ସମୟର ରହଣି ପରେ ତାହା ଭୁବନେଶ୍ୱର ଅଭିମୁଖେ ବାହାରିଛି । ଏହାପରେ ଗତ ୩୧ ତାରିଖରେ ଗୋଟିଏ ଓ ଗତ ୧ ତାରିଖରେ ଆଉ ଦୁଇଟି ବସ୍‌ ଓଡ଼ିଶା ଅଭିମୁଖେ ବାହାରି ସାରିଛି।

ଏହି ବସ୍‌ ସର୍ବ ଭାରତରେ ପ୍ରଥମ ବୋଲି ଜଣାଯାଇଛି। ଥରେ ବିଦ୍ୟୁତ୍‌ ସଂଯୋଗ କଲେ ଏହା ପ୍ରାୟ ୨୫୦ରୁ ୩ଶହ କିମି ପର୍ଯ୍ୟନ୍ତ ଯାଇ ପାରିବ । ବସ୍‌ଟି ୫୫ ସିଟ୍‌ ବିଶିଷ୍ଟ ହୋଇଥିବା ବେଳେ ଏହାର ବେଗ ୪୫ କିମି ରହିଛି। ଏହା ଶୀତତାପ ନିୟନ୍ତ୍ରୀତ ବସ୍‌ ହୋଇଥିବା ବେଳେ ତାହା ସବୁବେଳେ ସିସିଟିଭି ନଜରରେ ରହିବ । ଏଥିସହ ଏହାର ସିଟ୍‌କୁ ବି ଯାତ୍ରୀଙ୍କ ନିମନ୍ତେ ଆରାମଦାୟକ କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ